୭ ହଜାର ସ୍ବାସ୍ଥ୍ୟକର୍ମୀ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି: ଦରମା ଏତିକି…

ଭୁବନେଶ୍ୱର,୧୫।୭(ବ୍ୟୁରୋ)-କରୋନା ମୁକାବିଲା ପାଇଁ ପ୍ରତି ପଞ୍ଚାୟତର କୋଭିଡ୍‌ କେୟାର ହୋମରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ହେବେ। ରାଜ୍ୟ ସରକାର ୬୭୯୮ ଗ୍ରାମ ପଞ୍ଚାୟତରେ ୭ହଜାର ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦେବେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବ୍ୟାପୁଥିବା ଲକ୍ଷ୍ୟ କରି ରାଜ୍ୟ ସରକାର ପ୍ରତି ପଞ୍ଚାୟତରେ କୋଭିଡ୍‌ କେୟାର ହୋମ୍‌ ବା କୋଭିଡ୍‌ ଗୃହ ର୍ନିମାଣ ପାଇଁ ନିଷ୍ପତ୍ତି ନେଇଥିଲେ। ତେବେ ଏହାର ସୁପରିଚାଳନା ପାଇଁ ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀଙ୍କର ଆବଶ୍ୟକତା ପଡୁଛି। ତେଣୁ କୋଭିଡ୍‌ କେୟାର ହୋମ୍‌ଗୁଡ଼ିକରେ ୭ହଜାର ତାଲିମପ୍ରାପ୍ତ କର୍ମଚାରୀଙ୍କୁ ସାମୟିକ ଭାବେ ନିଯୁକ୍ତି ଦେବାକୁ ସ୍ଥିର ହୋଇଛି। କର୍ମନିଯୁକ୍ତି ପାଇ ନ ଥିବା ପଞ୍ଜୀକୃତ ଏଏନ୍‌ଏମ୍‌ମାନଙ୍କୁ କୋଭିଡ୍‌ ହୋମ୍‌ର ପରିଚାଳନା ପାଇଁ ଅସ୍ଥାୟୀ ଭାବେ ନିଯୁକ୍ତି ଦିଆଯିବ। ଏମାନଙ୍କୁ ଦୈନିକ ୮୫୦ ଟଙ୍କାର ପାରିଶ୍ରମିକ ମିଳିବ ଏବଂ ପ୍ରତି ପଞ୍ଚାୟତରେ ଅତି କମ୍‌ରେ ଜଣେ ଏଏନ୍‌ଏମ୍‌ଙ୍କୁ କୋଭିଡ୍‌ କେୟାର ହୋମ୍‌ ଦାୟିତ୍ୱରେ ରଖାଯିବ। ଯଦି ଏହି ବର୍ଗରେ କୌଣସି ଲୋକ ନ ମିଳିଲେ ତେବେ ପଞ୍ଜୀକୃତ ହୋଇଥିବା ଷ୍ଟାଫନର୍ସ କିମ୍ବା ଫାର୍ମାସିଷ୍ଟଙ୍କୁ ଏଏନ୍‌ଏମ୍‌ଙ୍କ ସ୍ଥାନରେ ନିଯୁକ୍ତି ଦିଆଯିବ। ସେମାନଙ୍କୁ ଦୈନିକ ୧୦୦୦ ଟଙ୍କା କରି ପାରିଶ୍ରମିକ ମିଳିବ। ଏହି ନିଯୁକ୍ତି ସମ୍ପୂର୍ଣ୍ଣ ଭାବେ ସାମୟିକ ଏବଂ କୋଭିଡ୍‌ କେୟାର ହୋମ୍‌ ପରିଚାଳନା ଲାଗି ୩ମାସ ପାଇଁ ଉଦ୍ଦିଷ୍ଟ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri