Posted inଖେଳ

ସ୍ବପ୍ନିଲଙ୍କୁ ରେଳ ବିଭାଗ ପକ୍ଷରୁ ବଡ଼ ଉପହାର ଘୋଷଣା

ଚାଟାରକ୍ସ, ୨।୮: ପ୍ୟାରିସ ଅଲିମ୍ପିକ୍ସରେ କରାମତି ଦେଖାଇଛନ୍ତି ଭାରତୀୟ ଶୁଟର ସ୍ବପ୍ନିଲ କୁସାଲେ। ଚାଟାରକ୍ସ ଶୁଟିଂ ରେଞ୍ଜ୍‌ରେ ଭାରତ ପାଇଁ ଜିତିଛନ୍ତି ତୃତୀୟ ବ୍ରୋଞ୍ଜ ପଦକ। ୫୦ ମିଟର ରାଇଫଲ ୩ ପୋଜିଶନ୍ସ ଇଭେଣ୍ଟରେ ସେ ପାଇଛନ୍ତି ଏହି ସଫଳତା। ପ୍ରଥମ ଭାରତୀୟ ଭାବେ ସେ ୫୦ ମିଟର ରାଇଫଲ ୩ ପୋଜିଶନ୍ସରେ ଅଲିମ୍ପିକ୍ସ ପଦକ ଜିତି ଦେଶର ଶୁଟିଂ ଇତିହାସକୁ ସମୃଦ୍ଧ କରିଛନ୍ତି। ଖାଲି ପେଟ ଏବଂ ହୃଦ୍‌ସ୍ପନ୍ଦନ ବୃଦ୍ଧି ସତ୍ତ୍ୱେ ସେ ଏକାଗ୍ରତା ରକ୍ଷାକରି ଦେଶକୁ ଗର୍ବିତ କରିଛନ୍ତି। ଏକଦା ୬ଷ୍ଠ ସ୍ଥାନରେ ଥିବା କୁସାଲେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ମୋଟ ୪୫୧.୪ ପଏଣ୍ଟ ସହିତ ତୃତୀୟ ସ୍ଥାନ ହାସଲ କରିଛନ୍ତି। ଚାଇନାର ୟୁକୁନ ଲିଉ ୪୬୩.୬ ଓ ୟୁକ୍ରେନର ଶେରହି କୁଲିଶ୍‌ ୪୬୧.୩ ପଏଣ୍ଟ ସହିତ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇଛନ୍ତି। କୁଶାଲେଙ୍କ ସଫଳତାକୁ ମିଶାଇ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୩ରେ ପହଞ୍ଚତ୍ଛି।
ସ୍ବପି୍ନଲଙ୍କ ସଫଳତା ପରେ କେନ୍ଦ୍ରୀୟ ରେଳବାଇର ସ୍ପୋର୍ଟସ ସେଲରେ ସ୍ପେଶାଲ ଡ୍ୟୁଟିରେ ଅଫିସର ପଦୋନ୍ନତି ଦିଆଯାଇଛି। ଏହାପୂର୍ବରୁ ସେ ଟିକେଟ କଲେକ୍ଟର ପଦରେ କାମ କରୁଥିଲେ। ଏଥି ସହ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କୁସାଲେଙ୍କ ପାଇଁ ୧ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?