କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ ନିଷ୍ପତି ନେଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ କୃତଜ୍ଞତା ଜ୍ଞାପନ କରିଛି ।
ଦୀର୍ଘଦିନ ଧରି କେନ୍ଦୁପତ୍ର ଦରବୃଦ୍ଧି, ଶ୍ରମିକଙ୍କ ବୋନସ ପ୍ରଦାନ ସିଜିନାଲ କର୍ମଚାରୀଙ୍କ ଦରମା ବୃଦ୍ଧି, ସିଜିନାଲ କର୍ମଚାରୀଙ୍କ ଅବସର ବୟସସୀମା ୬୨ ବର୍ଷରୁ ୬୫ ବର୍ଷ କରିବା ଆଦି ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା ଚାଲିଥିଲା ।ମାତ୍ର ବିଜେଡି ସରକାର ଧୋକା ଦେଇଥିବାବେଳେ ବର୍ତ୍ତମାନ ଓଡ଼ିଶାର ମୋହନ ଚରଣ ମାଝୀଙ୍କ ସରକାର କେନ୍ଦୁପତ୍ର ଶ୍ରମିକ ମାନଙ୍କ ପାଇଁ ଏକ ଐତିହାସିକ ପଦକ୍ଷେପ ନେଇଛି ବୋଲି ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ପ୍ରକାଶ କରିଛନ୍ତି । କେନ୍ଦୁପତ୍ର କେରି ପ୍ରତି ୧୦ ପଇସା ବୃଦ୍ଧି ଓ ଫାଲ କେରି ପ୍ରତି ୨୦ ପଇସା ବୃଦ୍ଧି ସହ କେନ୍ଦୁପତ୍ର ତୋଳାଳିମାନଙ୍କୁ ୨୫% ଓ ବନ୍ଧେଇ ସିଜିନାଲ କର୍ମଚାରୀମାନଙ୍କ ପାଇଁ ୫ପ୍ରତିଶତ ବୋନସ ବୃଦ୍ଧି ଯୋଗୁଁ ଓଡ଼ିଶାର ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ ଲାଭବାନ ହେବେ । ବିଶେଷ କରି ଗ୍ରାମାଞ୍ଚଳର ଆଦିବାସୀ, ଦଳିତ ପରିବାରର ଲୋକେ ବିଶେଷ ଲାଭ ପାଇବେ। ଓଡ଼ିଶା କେନ୍ଦୁପତ୍ର ଶ୍ରମିକ ମାନଙ୍କର ଆଉ କେତେକ ପ୍ରମୁଖ ଦାବୀ ଉପରେ ମଧ୍ୟ ଓଡ଼ିଶା ସରକାର ବିଚାର ବିମର୍ଶ କରୁଥିବା କଥା ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି ।
ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ନେତା ଯଦୁମଣି ପାଣିଗ୍ରାହୀ, କରିଣ ସିଂ ଦେଓ, କୋକିଳ ସାହୁ, ପିଣ୍ଟୁ ତ୍ରିପାଠୀ, ଲାଲୁ ଖାଁ, ସୁରେଶ ପଣ୍ତା, ଅନାଦି ସାହୁ, ବିନୋଦ ଜେନା, ଶ୍ରୀକାନ୍ତ ମିଶ୍ର, ଚିରାକ ସିଂ ଦେଓ, ରୁଷଭ ପ୍ରଧାନ, ମହେନ୍ଦ୍ର ପ୍ରଧାନ, ଚୁଡାମଣି ପାଣିଗ୍ରାହୀ, ଚକାମନ ପ୍ରଧାନ ଏବଂ ଅନେକ ନେତା ଓଡ଼ିଶା ସରକାରର ଏହି ନିଷ୍ପତ୍ତିକୁ ସ୍ବାଗତ କରିବା ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri