Posted inଜାତୀୟ

୬ଟି ରାଜ୍ୟରେ ଉପ-ନିର୍ବାଚନ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୮।୮: ନିର୍ବାଚନ ଆୟୋଗ ଦେଶରେ ୬ଟି ରାଜ୍ୟରେ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏହି ରାଜ୍ୟଗୁଡିକ ହେଲା, ଝାଡ଼ଖଣ୍ଡ, ତ୍ରିପୁରା, କେରଳ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ। ଏହି ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ସେପ୍ଟେମ୍ବର ୫ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ଝାଡଖଣ୍ଡର ଡୁମ୍ରି ବିଧାନସଭା ଆସନର ଜଗରନାଥ ମହତୋ, କେରଳର ପୁଥୁପାଲୀ ବିଧାନସଭା ଆସନର ଓମାନ ଚାଣ୍ଡି, ତ୍ରିପୁରାର ବୋକ୍ସନଗର ଆସନର ସମସୁଲ ହକ, ପଶ୍ଚିମବଙ୍ଗର ଧୁପଗୁରୀ (ଏସସି) ବିଧାନସଭା ଆସନର ବିଷ୍ଣୁ ପାଣ୍ଡେ ଏବଂ ଉତ୍ତରାଖଣ୍ଡର ବାଗେଶ୍ୱର (ଏସସି) ଆସନର ଚନ୍ଦନ ରାମ ଦାସଙ୍କ ଦେହାନ୍ତ ପରେ ଏହି ସବୁ ଆସନ ଖାଲି ରହିଛି। ତ୍ରିପୁରାର ଅନ୍ୟ ଏକ ଧାନପୁର ବିଧାନସଭା ଆସନରେ ପ୍ରତୀମା ଭୌମିକଙ୍କ ଇସ୍ତଫା ପରେ ଏହି ଆସନ ଖାଲି ପଡିଛି। ସେହିପରି ଉତ୍ତରପ୍ରଦେଶ ଘୋସି ବିଧାନସଭା ଆସନରେ ଦାରା ସିଂ ଚୌହାନଙ୍କ ଇସ୍ତଫା ପରେ ଖାଲି ପଡିଛି।

ନିର୍ବାଚନ ପ୍ରକ୍ରିୟା ଅନୁସାରେ ଅଗଷ୍ଟ ୧୦ରେ ବିଜ୍ଞପ୍ତି ପ୍ରଦାନ କରାଯିବ। ୧୭ ଅଗଷ୍ଟରେ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିବ। ଅଗଷ୍ଟ ୧୮ରେ ନାମାଙ୍କନଗୁଡିକର ଯାଞ୍ଚ କରାଯିବ। ଅଗଷ୍ଟ ୨୧ରେ ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିବ। ସେପ୍ଟେମ୍ବର ୫ରେ ୭ଟି ବିଧାନସଭା ଆସନରେ ମତଦାନ ହେବ। ସେପ୍ଟେମ୍ବର ୮ରେ ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri