ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ କରିଦେଇଛି। ଦଳ କରିଥିବା ଘୋଷଣା ମୁତାବକ, ଆସନ୍ତା ୬ ତାରିଖରେ ଭାଜପା ବିଧାୟକମାନେ ଦଳର ନେତା କାହାକୁ କରିବେ ଏବଂ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବେ ସେନେଇ ଘୋଷଣା କରିବେ ବୋଲି ଦଳ କହିଥିଲା। ସେହିକ୍ରମରେ ଭାଜପା ନେତାମାନଙ୍କୁ ନେଇ ଖୁବ୍‌ଶୀଘ୍ର ଏକ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏଥିଲାଗି ମଝିରେ ଆଉ ଗୋଟିଏ ଦିନ ବାକିଥିବା ବେଳେ ବୁଧବାର ନୂଆଦିଲ୍ଲୀଠାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ଏଥିରେ ଦଳର କେତେଜଣ ବରିଷ୍ଠ ନେତା ଯୋଗଦେବେ ବୋଲି ଶୁଣିବାକୁ ମିଳିଛି। ଅନ୍ୟପଟେ ଆସନ୍ତା ଗୁରୁବାର ଏନେଇ ଦଳ ପକ୍ଷରୁ ଘୋଷଣା କରାଯିବ ବୋଲି ଜଣାପଡୁଛି। ଦିଲ୍ଲୀରୁ ଜଣେ ବରିଷ୍ଠ ନେତା ଆସି ଗୁରୁବାର ଏ ବାବଦରେ ଘୋଷଣା କରିବେ।
ତେବେ ଭାଜପା ଏଥର ରାଜ୍ୟର ଜଣେ ଓଡ଼ିଆ ଝିଅ କିମ୍ବା ପୁଅଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବ ବୋଲି ଆଗରୁ ଘୋଷଣା କରିସାରିଛି। ତେଣୁ ଏହି ପଦବୀରେ କାହାକୁ ବସାଇବ ତାହା ଯଥେଷ୍ଟ ମାଇନା ରଖୁଛି। ବିଗତ ଦିନରେ ଅନେକ ରାଜ୍ୟରେ ଭାଜପା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବା ଭଳି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଚଳିତ ୨୦୨୪ ନିର୍ବାଚନରେ ଦେଶରେ ବିରୋଧୀ ଏତେ ଶକ୍ତିଶାଳୀ ହୋଇସାରିଛନ୍ତି ଯେ ଓଡିଶାରେ ଦଳ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାରେ କିଭଳି ନିଷ୍ପତ୍ତି ନେଉଛି ତାହା ଦେଖିବାକୁ ସମସ୍ତେ ଅପେକ୍ଷା କରିରହିଛନ୍ତି। ଅନ୍ୟପଟେ ଆସନ୍ତା ୧୦ ତାରିଖରେ ଭାଜପା ରାଜ୍ୟରେ ସରକାର ଗଠନ କରିବା ସହ ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସୂଚନା ଦେଇସାରିଛି। ସେହିକ୍ରମରେ ଦଳ ଏବେଠାରୁ ନିଜର କାର୍ଯ୍ୟକ୍ରମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri