ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌

କଟକ ଅଫିସ,୧୯।୭: ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ୨ଟି ସିଟିଂରେ ହେବ। ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ସାଢ଼େ ୧ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂ ପରୀକ୍ଷା ହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୫ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କ ପାଇଁ ଅତିରିକ୍ତ ୪୦ ମିନିଟ ସମୟ ଦିଆଯିବ ବୋଲି ଓପିଏସ୍‌ସି ପକ୍ଷରୁ କୁହାଯାଇଛି।

Share