ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା କରାଯାଇଛି। ଏହି ପୁରସ୍କାର ୧୯୮୭ରୁ ପ୍ରଦାନ କରାଯାଇଆସୁଛି। ଧର୍ମପଦ ପୁରସ୍କାର ପାଇଁ ୯୪ ବର୍ଷୀୟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କୁ ଚୟନ କରାଯାଇଛି। ବିଶିଷ୍ଟ ଭାସ୍କର୍ଯ୍ୟ ଓ ଚିତ୍ରଶିଳ୍ପୀ ବ୍ରଜବନ୍ଧୁ ମିଶ୍ର, ବିଶିଷ୍ଟ ତାଳପତ୍ର ଚିତ୍ରଶିଳ୍ପୀ ଲକ୍ଷ୍ମୀଧର ସୁବୁଦ୍ଧି, ବିଶିଷ୍ଟ ପାରମ୍ପରିକ ପଟ୍ଟଚିତ୍ର ଶିଳ୍ପୀ ଭ୍ରମରବର ନାୟକ, ଚିତ୍ରଶିଳ୍ପୀ ରମେଶ କୁମାର ବେହେରା ଓ ବିଶିଷ୍ଟ ପ୍ରସ୍ତର ଶିଳ୍ପୀ କେଶବ ଚନ୍ଦ୍ର ମହାରଣା ପ୍ରମୁଖଙ୍କୁ ଶିଳ୍ପୀ ସମ୍ବର୍ଦ୍ଧନା ଦିଆଯିବ। ଧର୍ମପଦ ପୁରସ୍କୃତ ଶିଳ୍ପୀଙ୍କୁ ୫ ଲକ୍ଷ ଟଙ୍କାର ମାନଦେୟ ରାଶି ଏବଂ ସମ୍ବର୍ଦ୍ଧିତ ଶିଳ୍ପୀମାନଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ମାନଦେୟ ରାଶି ସହ ତାମ୍ରଫଳକ ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ ବୋଲି ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।

ଉକ୍ତ ପୁରସ୍କାର ଓ ସମ୍ବର୍ଦ୍ଧନା ଆସନ୍ତା ୬.୨.୨୩ ପୂର୍ବାହ୍ନ ୧୧ଟାରେ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏକ ସ୍ବତନ୍ତ୍ର ଉତ୍ସବରେ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri