‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଅକ୍ଟୋବର ୨୬ରେ ଇମ୍ଫା ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଲେଖିକାଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ୫ଲକ୍ଷ ଟଙ୍କାର ଅର୍ଥରାଶି ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିକାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସାହିତ୍ୟ ଜଗତକୁ ତାଙ୍କର ଅବଦାନ ନିଶ୍ଚିତ ଭାବେ ନୂଆ ପିଢ଼ିର ଲେଖକମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ପ୍ରକାଶ କରିଛନ୍ତି। ପୂର୍ବରୁ ଲେଖିକା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଝଙ୍କାର ପୁରସ୍କାର (କ୍ଷୁଦ୍ରଗଳ୍ପ), ଫକୀର ମୋହନ କ୍ଷୁଦ୍ରଗଳ୍ପ ସମ୍ମାନ, ଭୁବନେଶ୍ୱର ପୁସ୍ତକମେଳା ପୁରସ୍କାର, ଅଖିଳ କଥା ସମ୍ମାନ, ପ୍ରଜାତନ୍ତ୍ର ପୁରସ୍କାର, ଲାଡ୍‌ଲି ମିଡିଆ ଆୱାର୍ଡ ସହିତ ଆହୁରି ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ସେହିପରି କଳାକ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ଭାସ୍କର୍ଯ୍ୟଶିଳ୍ପୀ ସୁଦର୍ଶନ ସାହୁ ଏବଂ କଣ୍ଠଶିଳ୍ପୀ ତାନସେନ ସିଂଙ୍କୁ ‘ଇଲା ବଂଶୀଧର ପଣ୍ଡା କଳା ସମ୍ମାନ ୨୦୨୪’ ମିଳିବ। ପୁରସ୍କାର ବାବଦରେ ଉଭୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ।

‘ଶାରଳା ପୁରସ୍କାର’ ଚୟନ ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ଡ. ଭଗବାନ ଜୟସିଂହ, ପ୍ରଫେସର କାଳୀଦାସ ମିଶ୍ର, ଡ. ଗୌରହରି ଦାସ, ସଦାନନ୍ଦ ତ୍ରିପାଠୀ, ବୈଜୟନ୍ତୀ ମିଶ୍ର, ସଂଯୁକ୍ତା ମହାନ୍ତି ଏବଂ ତାପସ କୁମାର ସାମନ୍ତରାୟ ବିଚାରକ ଥିଲେ। ସେହିପରି ‘ଇଲା ବଂଶୀଧର ପଣ୍ଡା କଳା ସମ୍ମାନ’ ପାଇଁ ସଙ୍ଗୀତ ବିଭାଗରେ ସୁସ୍ମିତା ଦାସ, ରତିକାନ୍ତ ଶତପଥୀ, ଶରତ ନାୟକ ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକୀଲ, ସତ୍ୟଭୂଷଣ ହୋତା ଓ ବୀରେନ୍ଦ୍ର ପାଣି ବିଚାରକ ଥିଲେ ବୋଲି ଶୁକ୍ରବାର ଇମ୍ପାକ୍ଟ ପକ୍ଷରୁ ପ୍ରେସ୍‌ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?