Posted inଜାତୀୟ

୨ ସପ୍ତାହ ମଧ୍ୟରେ କର ପୌର ପରିଷଦ ନିର୍ବାଚନ ଘୋଷଣା, ରାଜ୍ୟ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ, ୪।୫ : ମହାରାଷ୍ଟ୍ରରେ ସ୍ଥାନୀୟ ପୌର ପରିଷଦ ନିର୍ବାଚନକୁ ନେଇ ରାଜ୍ୟ ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଆସନ୍ତା ୨ ସପ୍ତାହ ମଧ୍ୟରେ ବିଏମସି ଏବଂ ଅନ୍ୟାନ୍ୟ ସଂସ୍ଥାର ନିର୍ବାଚନର ତାରିଖ ଘୋଷଣା କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଓବିସି ସଂରକ୍ଷଣ ଅନୁମୋଦନ ପରେ ହିଁ ରାଜ୍ୟ ସରକାର ନିର୍ବାଚନ କରିବେ ବୋଲି କହିଥିଲେ। ଏହି ଆଦେଶର ସାମ୍ବିଧାନିକତା ପରେ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ମହାରାଷ୍ଟ୍ରରେ ୨୦ ଟି ମ୍ୟୁନିସିପାଲିଟି କର୍ପୋରେଶନ, ୨୫ ଟି ଜିଲ୍ଲା ପରିଷଦ, ୨୮୫ ଟି ପଞ୍ଚାୟତ ସମିତି, ୨୧୦ ଟି ନଗର ପରିଷଦ ଏବଂ ୨୦୦୦ ଗ୍ରାମ ପଞ୍ଚାୟତରେ ନିର୍ବାଚନ ଅନୁଷ୍ଠିତ ହେବ। ମ୍ୟୁନିସିପାଲିଟି କର୍ପୋରେଶନ ଗୁଡିକ ମଧ୍ୟରେ ମୁମ୍ବାଇ, ପୁଣେ, ଥାନେ, ନାସିକ, ନାଭି ମୁମ୍ବାଇ, ନାଗପୁର, କୋଲହାପୁର ଏବଂ ସୋଲାପୁର ଆଦି ରହିଛି।

ଅନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ତଥ୍ୟ ସଂଗ୍ରହ କରିବା ପାଇଁ ରାଜ୍ୟର ମହାବିକାଶ ଆଘାଡି ମେଣ୍ଟ ସରକାର ପୂର୍ବତନ ମୁଖ୍ୟ ସଚିବ ଜୟନ୍ତ ବନଠିଆଙ୍କ ଅଧ୍ୟକ୍ଷତାରେ ଏକ ୫ ଜଣିଆ କମିଟି ଗଠନ କରିଥିଲେ।

ଓବିସି ସଂରକ୍ଷଣ ମାମଲା ଉପରେ କୋର୍ଟ ରୋକ ଲଗାଇଥିଲେ। ମହାରାଷ୍ଟ୍ର ରାଜ୍ୟ ପଛୁଆ ବର୍ଗ ଆୟୋଗ (ଏମଏସସିବିସି)ର ରିପୋର୍ଟକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିଲେ। ଏହା ସ୍ଥାନୀୟ ନିର୍ବାଚନରେ ୨୭ ପ୍ରତିଶତ ଓବିସି କୋଟା ସୁପାରିଶ କରିଥିଲା।

ଅଦାଲତ କହିଥିଲେ ଯେ ତଥ୍ୟର ଅଧ୍ୟୟନ ଏବଂ ଅନୁସନ୍ଧାନ ବିନା ମଧ୍ୟବର୍ତ୍ତୀକାଳୀନ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଏହା ପରେ ମହାରାଷ୍ଟ୍ର ସରକାର ଓବିସିର ରାଜନୈତିକ ପଛୁଆ ଉପରେ ଏକ ରିପୋର୍ଟ ପ୍ରସ୍ତୁତ କରିବାକୁ ଏକ ପୃଥକ ଆୟୋଗ ଗଠନ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri