Posted inଜାତୀୟ

୧୦ ଦିନ ମଧ୍ୟରେ ହେବ ନୂଆ ରାଜନୈତିକ ଦଳର ଘୋଷଣା, କହିଲେ ଗୁଲାମ ନବୀ…

ଶ୍ରୀନଗର, ୧୧।୯ : କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ରବିବାର ଜମ୍ମୁ-କଶ୍ମୀରର ବାରମୁଳାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆସନ୍ତା ୧୦ ଦିନ ମଧ୍ୟରେ ସେ ଏକ ନୂଆ ରାଜନୈତିକ ଦଳର ଘୋଷଣା କରିବେ। ଗତ ତିନିବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ଅନେକ ବିପର୍ଯ୍ୟୟ ଘଟଣା ଘଟିଛି। ଭାରତୀୟ ଇତିହାସ ପରି କଶ୍ମୀର ମଧ୍ୟ ଆକ୍ରମଣକାରୀଙ୍କ ଦ୍ୱାରା ଧ୍ୱଂସ ହୋଇଯାଇଥିଲା।

ଗୁଲାବ ନବୀ ଆଜାଦ କହିଛନ୍ତି ଯେ ମୋଗଲମାନେ ୮୦୦ ବର୍ଷ ଶାସନ କରିଥିଲେ ଏବଂ ବ୍ରିଟିଶମାନେ ୩୦୦ ବର୍ଷ ଶାସନ କରିଥିଲେ। କିନ୍ତୁ ଜମ୍ମୁ-କଶ୍ମୀରରେ ହଜାର ହଜାର ଶାସକ ଏବଂ ଆକ୍ରମଣକାରୀ ଆସୀଛନ୍ତି। ସମସ୍ତେ ଜମ୍ମୁ-କଶ୍ମୀରକୁ ଲୁଟିଛନ୍ତି। ସ୍ବାଧୀନତା ପରେ ଜମ୍ମୁ-କଶ୍ମୀର ଆଭ୍ୟନ୍ତରୀଣ ରାଜନୀତିର ଶିକାର ହୋଇଛି।

ସେ କହିଛନ୍ତି ଯେ ସେ ଏକ ନୂତନ ଦଳ ଗଠନ କରିବାକୁ ଯାଉଛନ୍ତି ଏବଂ ଜମ୍ମୁ -କଶ୍ମୀରର ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କ ମତ ଜାଣିଛନ୍ତି ଏବଂ ଲୋକଙ୍କ ସମସ୍ୟା ଶୁଣିଛନ୍ତି।

ଜନସାଧାରଣଙ୍କ ସହ ପରାମର୍ଶ ପରେ ହିଁ ଦଳର ନାମ ରଖାଯିବ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଫେରାଇ ଆଣିବା ଏବଂ ସ୍ଥାନୀୟ ଲୋକଙ୍କ ଚାକିରୀ ତଥା ଜମି ଅଧିକାରକୁ ସୁରକ୍ଷା ଦେବା ପାଇଁ ନୂତନ ଦଳର ଏଜେଣ୍ଡାକୁ ନେଇ ସେ ସ୍ପଷ୍ଟ କରିଛନ୍ତି।

ଜମ୍ମୁ-କଶ୍ମୀରବାସୀଙ୍କ ପ୍ରତି ଅନ୍ୟାୟ କରାଯାଉଛି ବୋଲି ସେ କହିଛନ୍ତି। ଆଜାଦ ତିନି ଦିନରେ ୩୦୦ ରୁ ଅଧିକ ପ୍ରତିନିଧୀଙ୍କୁ ଭେଟିଛନ୍ତି। ଡୋଡାରେ ସେ ଲୋକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ସେ ଜାମ୍ମୁ ଲୋକଙ୍କ ଅଧିକାର ପାଇଁ ସ୍ବର ଉତ୍ତୋଳନ କରୁଛନ୍ତି। ଜମ୍ମୁ-କଶ୍ମୀରବାସୀଙ୍କ ପ୍ରତି ହେଉଥିବା ଅନ୍ୟାୟ ଏବଂ ଏହା ବିରୋଧରେ ଦୃଢ଼ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri