Posted inଜାତୀୟ

୧୦ ଦିନ ମଧ୍ୟରେ ହେବ ନୂଆ ରାଜନୈତିକ ଦଳର ଘୋଷଣା, କହିଲେ ଗୁଲାମ ନବୀ…

ଶ୍ରୀନଗର, ୧୧।୯ : କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ରବିବାର ଜମ୍ମୁ-କଶ୍ମୀରର ବାରମୁଳାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆସନ୍ତା ୧୦ ଦିନ ମଧ୍ୟରେ ସେ ଏକ ନୂଆ ରାଜନୈତିକ ଦଳର ଘୋଷଣା କରିବେ। ଗତ ତିନିବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ଅନେକ ବିପର୍ଯ୍ୟୟ ଘଟଣା ଘଟିଛି। ଭାରତୀୟ ଇତିହାସ ପରି କଶ୍ମୀର ମଧ୍ୟ ଆକ୍ରମଣକାରୀଙ୍କ ଦ୍ୱାରା ଧ୍ୱଂସ ହୋଇଯାଇଥିଲା।

ଗୁଲାବ ନବୀ ଆଜାଦ କହିଛନ୍ତି ଯେ ମୋଗଲମାନେ ୮୦୦ ବର୍ଷ ଶାସନ କରିଥିଲେ ଏବଂ ବ୍ରିଟିଶମାନେ ୩୦୦ ବର୍ଷ ଶାସନ କରିଥିଲେ। କିନ୍ତୁ ଜମ୍ମୁ-କଶ୍ମୀରରେ ହଜାର ହଜାର ଶାସକ ଏବଂ ଆକ୍ରମଣକାରୀ ଆସୀଛନ୍ତି। ସମସ୍ତେ ଜମ୍ମୁ-କଶ୍ମୀରକୁ ଲୁଟିଛନ୍ତି। ସ୍ବାଧୀନତା ପରେ ଜମ୍ମୁ-କଶ୍ମୀର ଆଭ୍ୟନ୍ତରୀଣ ରାଜନୀତିର ଶିକାର ହୋଇଛି।

ସେ କହିଛନ୍ତି ଯେ ସେ ଏକ ନୂତନ ଦଳ ଗଠନ କରିବାକୁ ଯାଉଛନ୍ତି ଏବଂ ଜମ୍ମୁ -କଶ୍ମୀରର ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କ ମତ ଜାଣିଛନ୍ତି ଏବଂ ଲୋକଙ୍କ ସମସ୍ୟା ଶୁଣିଛନ୍ତି।

ଜନସାଧାରଣଙ୍କ ସହ ପରାମର୍ଶ ପରେ ହିଁ ଦଳର ନାମ ରଖାଯିବ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଫେରାଇ ଆଣିବା ଏବଂ ସ୍ଥାନୀୟ ଲୋକଙ୍କ ଚାକିରୀ ତଥା ଜମି ଅଧିକାରକୁ ସୁରକ୍ଷା ଦେବା ପାଇଁ ନୂତନ ଦଳର ଏଜେଣ୍ଡାକୁ ନେଇ ସେ ସ୍ପଷ୍ଟ କରିଛନ୍ତି।

ଜମ୍ମୁ-କଶ୍ମୀରବାସୀଙ୍କ ପ୍ରତି ଅନ୍ୟାୟ କରାଯାଉଛି ବୋଲି ସେ କହିଛନ୍ତି। ଆଜାଦ ତିନି ଦିନରେ ୩୦୦ ରୁ ଅଧିକ ପ୍ରତିନିଧୀଙ୍କୁ ଭେଟିଛନ୍ତି। ଡୋଡାରେ ସେ ଲୋକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ସେ ଜାମ୍ମୁ ଲୋକଙ୍କ ଅଧିକାର ପାଇଁ ସ୍ବର ଉତ୍ତୋଳନ କରୁଛନ୍ତି। ଜମ୍ମୁ-କଶ୍ମୀରବାସୀଙ୍କ ପ୍ରତି ହେଉଥିବା ଅନ୍ୟାୟ ଏବଂ ଏହା ବିରୋଧରେ ଦୃଢ଼ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri