ରାଶନକାର୍ଡଧାରୀଙ୍କୁ ସହାୟତା ଘୋଷଣା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ରାଶନକାର୍ଡ ଧାରୀ ଏବଂ ବିଜୁ ସ୍ବାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୦୦୦ ଟଙ୍କାର କୋଭିଡ୍‌ ସହାୟତା ଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦ ଜିଲାର ୩ କୋଟି ୫୦ ଲକ୍ଷ କାର୍ଡଧାରୀ ଏହି ସୁବିଧା ପାଇବେ ବୋଲି ସେ କହିଛନ୍ତି।

ଏହି ସହାୟତା ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାର ଉପକୃତ ହେବେ। ସପ୍ତାହକ ମଧ୍ୟରେ ଏହି ସହାୟତା ରାଶି ପ୍ରଦାନ ପାଇଁ ଖାଦ୍ୟ ଯୋଗାଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଜରିଆରେ ଏହି ସହାୟତା ରାଶି ଯୋଗାଇ ଦିଆଯିବ। ତେବେ ଆଜି ଅପରାହ୍ନରେ ୩୦ ଜିଲାର ମିଶନଶକ୍ତି ସଦସ୍ୟାଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ।