ବିଜେଡିର ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା: ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ସଂଗଠନ ସଜାଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ବିଜେଡି ଗତକାଲି ପର୍ଯ୍ୟବେକ୍ଷକ ଓ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ପରେ ଆଜି ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା କରିଛି ଦଳ। ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ସେମାନେ ହେଲେ ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ ଓ ନନ୍ଦିନୀ ଦେବୀ।

ସେହିପରି ବିଜୁ ମହିଳା ଦଳର କାର୍ଯ୍ୟକାରୀ ସଭାପତି ଭାବରେ ସୁବାସିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ନିଯୁକ୍ତି ମିଳିଛି । କସ୍ତୁରୀ ମହାପାତ୍ର ସେକ୍ରେଟେରୀ ଜେନେରାଲ ଭାବେ ନିଯୁକ୍ତି ପାଇଛନ୍ତି। ୭ ଜଣଙ୍କୁ ଜୋନ ସଭାପତି, ୯ ଜଣଙ୍କୁ ବରିଷ୍ଠ ଉପସଭାପତି, ୨୭ ଜଣଙ୍କୁ ଉପସଭାପତି ଭାବରେ ନିଯୁକ୍ତି ଦେଇଛି ଦଳ। ଅନ୍ୟପଟେ ୩୫ ଜଣଙ୍କୁ ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦକ, ୩୬ ଜଣଙ୍କୁ ସମ୍ପାଦକ ଓ ୨୮ ଜଣଙ୍କୁ ଯୁଗ୍ମ ସମ୍ପାଦକ ଭାବରେ ଦାୟିତ୍ୱ ଦିଆଯାଇଛି । ୩୩ ଜଣ ଜିଲା ସଭାପତିଙ୍କ ନାଁ ବି ଘୋଷଣା କରାଯାଇଛି। ତାଲିକାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୋହର ମାରିବା ପରେ ଏହି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri