ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି।

ସଂଘର କାର୍ଯ୍ୟକର୍ତ୍ତା ଶିବ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଇନଜୀବୀ କୁରେଶୁ ପଣ୍ଡା ଯୋଗଦେଇ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ରହିଥିବା ବିଭିନ୍ନ ସରକାରୀ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ। ଦିଗପହଣ୍ଡି ବ୍ଲକସ୍ତରରେ ନିର୍ମାଣ ଶ୍ରମିକମାନଙ୍କୁ ସଂଗଠିତ କରି ସେମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରାଯିବା ନିମନ୍ତେ ମତପ୍ରକାଶ କରିଥିଲେ।

ସେହିପରି ସଂଘର ସାଙ୍ଗଠନିକ ଅଭିବୃଦ୍ଧି କିପରି କରାଯିବ ସେନେଇ ସଭାରେ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଥିଲା। ଲେବର କାର୍ଡ ଥିବା ନିର୍ମାଣ ଶ୍ରମିକ ଏବଂ ତାଙ୍କ ପରିବାର ବର୍ଗଙ୍କୁ ସରକାରୀ ସହାୟତା, ସେମାନଙ୍କ ସନ୍ତାନମାନଙ୍କୁ ଉଚ୍ଚ ଶିକ୍ଷା ପାଇଁ ସହାୟତା, ବୈବାହିକ ସହାୟତା ଏବଂ ମୃତ୍ୟୁ କାଳୀନ ସରକାରୀ ପାଇଁ ଆବେଦନ କରିଥିବା ସମସ୍ତ ନିର୍ମାଣ ଶ୍ରମିକମାନଙ୍କୁ ତୁରନ୍ତ ସହାୟତା ପ୍ରଦାନ ନିମନ୍ତେ ସଂଘ ପକ୍ଷରୁ ବ୍ରହ୍ମପୁରସ୍ଥିତ ଶ୍ରମ ଯୁଗ୍ମ କମିଶନରଙ୍କ ଦୃଷ୍ଟି ଆକର୍ଷଣ କରାଯିବା ନିମନ୍ତେ ସଭାରେ ନିଷ୍ପତ୍ତି ନିଆଯାଇଥିଲା।

କୃଷକ ସଭାର ଗଞ୍ଜାମ ଜିଲା ସମ୍ପାଦକ ପି. ଶିବ ଶଙ୍କର ଯୋଗ ଦେଇ ଶ୍ରମିକମାନଙ୍କ ବିଭିନ୍ନ ଅଧିକାର ସମ୍ପର୍କରେ ଆଲୋଚନା କରିଥିଲେ। ସଭାରେ ସଂଘର ପ୍ରମୁଖ କାର୍ଯ୍ୟକର୍ତ୍ତା ଉପେନ୍ଦ୍ର ବେହେରା, କୈଳାଶ ମହାରଣା, ସଇତ ସାହୁ, କୃଷ୍ଣ ଗୌଡ଼, ପର୍ଶୁ ରେଡ୍ଡୀ, ବୁଲୁ ଗୌଡ଼, ସୁରେଶ ପାତ୍ର ଯୋଗଦେଇ ବିଭିନ୍ନ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?