ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ତାଲୁକା ସଭାପତି ଗଣେଶ୍ୱର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ମିଳନୀରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଗ୍ରାମାଞ୍ଚଳ ଓ ସହରାଞ୍ଚଳର ମଧୁବୈଶ୍ୟମାନେ ପୂର୍ବର ପାରମ୍ପରିକ ମିଷ୍ଟାନ୍ନ ଓ ସ୍ଵାଦିଷ୍ଟ ବ୍ୟଞ୍ଜନ ବିକ୍ରୀ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ସେଗୁଡ଼ିକର ଅଧିକା ପ୍ରଚାର ପ୍ରସାର ଆବଶ୍ୟକତା ଥିବା କହିଥିଲେ । ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା , କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସମ୍ମାନୀତ ଅତିଥି ରୂପେ ମଞ୍ଚାସିନ ଥିଲେ।

ମଧୁବୈଶ୍ୟ ସମାଜର ସାଙ୍ଗଠନିକ ଅଭିବୃଦ୍ଧି, କୈାଳିକ ବୃତ୍ତିକୁ ପାଥେୟ କରି ପେଟପାଟଣା ପାଇଁ ସଂଗ୍ରାମ କରୁଥିବା ପରିବାର ଗୁଡ଼ିକର ଆର୍ଥିକ ଅଭିବୃଦ୍ଧି ନେଇ ସଂଘର କର୍ମକର୍ତ୍ତାବୃନ୍ଦ ଉଦବୋଧନ ଦେଇଥିଲେ । ଏହି ଅବସରରେ ବଡ଼ଖେମୁଣ୍ଡି ତାଲୁକା ମଧୁବୈଶ୍ୟ ସମାଜର ବାର୍ଷିକ ଆୟବ୍ୟୟର ବୀବରଣୀ ପାଠ କରାଯାଇଥିଲା। ବଡ଼ଖେମୁଣ୍ଡି ତାଲୁକାର ବିଭିନ୍ନ ଗ୍ରାମରୁ ଆସିଥିବା ସଂଘର ବୟୋଜ୍ୟେଷ୍ଠ ସଦସ୍ୟ ଓ କର୍ମକର୍ତ୍ତାମାନଙ୍କୁ ସମାଜ ପକ୍ଷରୁ ମୁଖ୍ୟଅତିଥି ବିଧାୟକ ସଭା ମଞ୍ଚରେ ଅଙ୍ଗବସ୍ତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ  ।

ତାଲୁକା ଉପସଭାପତି ହରିକୃଷ୍ଣ ସାହୁ, ସମ୍ପାଦକ ସୁଧାକର ସାହୁ, ସହ ସମ୍ପାଦକ ଦୀପକ କୁମାର ସାହୁ , କୋଷାଧ୍ୟକ୍ଷ ସିମାଞ୍ଚଳ ସାହୁ , ଉପଦେଷ୍ଟା ରବିନ୍ଦ୍ର ସାହୁ, ହରିକୃଷ୍ଣ ସାସମଲଙ୍କ ସମେତ ବହୁ ସଂଖ୍ୟକ କର୍ମକର୍ତ୍ତା, ସଦସ୍ୟା ସଦସ୍ୟ ଓ ଯୁବ ସଂଘର ସଦସ୍ୟ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?