ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେଉଛି। ତାହା ମାର୍ଚ୍ଚ ୨ରେ ସରିବ।
ଏଥିସହ ବ୍ରହ୍ମପୁର ବିଶବିଦ୍ୟାଳୟ ଅଧୀନରେ ଯୁକ୍ତ ୩ର ବିଭିନ୍ନ ସେମିଷ୍ଟ୍ରାର ପରୀକ୍ଷା ବର୍ତ୍ତମାନ ଚାଲିଛି। ତାହା ଏପ୍ରିଲ ଶେଷ ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ଚାଲିବ। ଏଥିସହ ସିବିଏସ୍‌ଇ ମାଟ୍ରିକ, ଯୁକ୍ତ ୨ ସମେତ ଅନ୍ୟାନ୍ୟ ପରୀକ୍ଷା ମଧ୍ୟ କିଛି ଦିନ ମଧ୍ୟରେ ହେବ। ତେଣୁ ଛାତ୍ରୀଛାତ୍ର ବର୍ତ୍ତମାନ ପାଠପଢ଼ା ପ୍ରତି ଧ୍ୟାନ ଦେଉଛନ୍ତି। ଏହିଭଳି ପରିସ୍ଥିତିରେ ବର୍ତ୍ତମାନ ବିଭିନ୍ନ ପୂଜା ପର୍ବ ସମେତ ବିବାହ ଋତୁ ଚାଲିଥିବା ଯୋଗୁ ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଚାରିଆଡ଼େ ଶଦ୍ଦ ପ୍ରଦୂଷଣ ହେଉଛି। ଏଥିସହ ବିଭିନ୍ନ ରିସର୍ଟ ଏବଂ ବିବାହ ମଣ୍ଡପଗୁଡ଼ିକରେ ମଧ୍ୟ ଆବଶ୍ୟକତାଠାରୁ ଅଧିକ ଶବ୍ଦରେ ମାଇକ ବାଜୁଛି। ରାସ୍ତାରେ ଯାଉଥିବା ଶୋଭାଯାତ୍ରାଧ୍‌ଗୁଡ଼ିକ ମଧ୍ୟ ବିନା ଅନୁମତିରେ ବାଣ ଫୁଟାଉଛନ୍ତି। ଡିଜେ ସାଉଣ୍ଡ ମଧ୍ୟ ଆହୁରି ଜଟିଳ ପରିସ୍ଥିତି କରୁଛି। ଘଣ୍ଟାଘଣ୍ଟା ଧରି ଶବ୍ଦ ପ୍ରଦୂଷଣ ହେବା ଚିନ୍ତାଜନକ ବିଷୟ।
ଏହାଦ୍ବାରା ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାଘାତ ହେଉଛି। ଯାହାକୁ ନେଇ ଅଭିଭାବକ ଏବଂ ଛାତ୍ରୀଛାତ୍ର ଚିନ୍ତା ପ୍ରକଟ କରିଛନ୍ତି। ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଅଭିଭାବକମାନେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ନିବେଦନ କରିଛନ୍ତି। ଏନେଇ ଭଞ୍ଜନଗର କଲେଜ ରୋଡ୍‌ରେ ଥିବା ଅନ୍ବେଷା ହଷ୍ଟେଲ ଶିକ୍ଷା ବଞ୍ଚାଅ ଅଭିଭାବକ ସଂଘର ସଭାପତି ନିରାକାର ନାୟକଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ଶବ୍ଦ ପ୍ରଦୂଷଣ ଯୋଗୁ ଅନ୍ବେଷା ହଷ୍ଟେଲରେ ରହି ପାଠ ପଢୁଥିବା ଶତାଧିକ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଛି। ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri