ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ପହଞ୍ଚିଥିଲେ ବିଧାୟକ

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ରୁନା ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅରୁଣ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ। ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୁଖ୍ୟବକ୍ତା , କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼, ଗଡଗୋବିନ୍ଦପୁର ପଞ୍ଚାୟତ ସରପଞ୍ଚ ରଞ୍ଜନ କୁମାର ସାହୁ, ବ୍ରହ୍ମପୁର ଲାୟନ୍ସ କ୍ଲବ ସଭାପତି ସଙ୍ଗୀତା ବାବୁ୍‌, ଜିଲା ପରିଷଦ ସଦସ୍ୟା ସଞ୍ଜୁକ୍ତା କବ, ସାମାଜିକ କର୍ମୀ ବାପି ପ୍ରଧାନ, ଅରୁଣ ଗୈାଡ, କିଶୋର ସାହୁ, ଭୀଷ୍ମଗିରୀ ହାଇସ୍କୁଲ ପ୍ରଧାନଶିକ୍ଷକ ମନୋଜ ନାୟକ, ନିମଖଣ୍ଡିପେଣ୍ଠ ହାଇସ୍କୁଲ ପ୍ରଧାନଶିକ୍ଷକ ରାଜେନ୍ଦ୍ର ପଟ୍ଟନାୟକ, ତଲାସିଙ୍ଗି ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରଦୀପ ପଣ୍ଡା, ସିଆରସିସି ମନୋଜ ବେହେରା ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ବିଦ୍ୟାଳୟର ଉନ୍ନତିକରଣ ସକାଶେ ପ୍ରାୟ ୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ନେଇ ବିଧାୟକ କହିବା ସହ ଶିକ୍ଷୟିତ୍ରୀ ଶିକ୍ଷକମାନେ ଜାତୀୟ ଶିକ୍ଷାନୀତି ଆଧାରରେ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷାଦାନ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ବିଧାୟକ ପୁରସ୍କାର ବିତରଣ କରିଥିଲେ । ପରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସାମାଜିକ କର୍ମୀ ଉମାକାନ୍ତ ସାହୁ , ଲକ୍ଷ୍ମଣ ଗୈାଡ, କେଶବ ଗୈାଡ , ସିମାଞ୍ଚଳ ଗୈାଡ , ବିଶ୍ବନାଥ ଗୈାଡ ଙ୍କ ସମେତ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ବିଧାୟକ ପ୍ରଥମ ଥର ପାଇଁ ବୋରିପଦର ଗ୍ରାମକୁ ଆସିଥିବାରୁ ସରପଞ୍ଚ ମନୋରଞ୍ଜନ ଗୌଡଙ୍କ ନେତୃତ୍ୱରେ ପଞ୍ଚାୟତ ତରଫରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥଲା


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri