ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ପହଞ୍ଚିଥିଲେ ବିଧାୟକ

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ରୁନା ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅରୁଣ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ। ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୁଖ୍ୟବକ୍ତା , କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼, ଗଡଗୋବିନ୍ଦପୁର ପଞ୍ଚାୟତ ସରପଞ୍ଚ ରଞ୍ଜନ କୁମାର ସାହୁ, ବ୍ରହ୍ମପୁର ଲାୟନ୍ସ କ୍ଲବ ସଭାପତି ସଙ୍ଗୀତା ବାବୁ୍‌, ଜିଲା ପରିଷଦ ସଦସ୍ୟା ସଞ୍ଜୁକ୍ତା କବ, ସାମାଜିକ କର୍ମୀ ବାପି ପ୍ରଧାନ, ଅରୁଣ ଗୈାଡ, କିଶୋର ସାହୁ, ଭୀଷ୍ମଗିରୀ ହାଇସ୍କୁଲ ପ୍ରଧାନଶିକ୍ଷକ ମନୋଜ ନାୟକ, ନିମଖଣ୍ଡିପେଣ୍ଠ ହାଇସ୍କୁଲ ପ୍ରଧାନଶିକ୍ଷକ ରାଜେନ୍ଦ୍ର ପଟ୍ଟନାୟକ, ତଲାସିଙ୍ଗି ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରଦୀପ ପଣ୍ଡା, ସିଆରସିସି ମନୋଜ ବେହେରା ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ବିଦ୍ୟାଳୟର ଉନ୍ନତିକରଣ ସକାଶେ ପ୍ରାୟ ୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ନେଇ ବିଧାୟକ କହିବା ସହ ଶିକ୍ଷୟିତ୍ରୀ ଶିକ୍ଷକମାନେ ଜାତୀୟ ଶିକ୍ଷାନୀତି ଆଧାରରେ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷାଦାନ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ବିଧାୟକ ପୁରସ୍କାର ବିତରଣ କରିଥିଲେ । ପରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସାମାଜିକ କର୍ମୀ ଉମାକାନ୍ତ ସାହୁ , ଲକ୍ଷ୍ମଣ ଗୈାଡ, କେଶବ ଗୈାଡ , ସିମାଞ୍ଚଳ ଗୈାଡ , ବିଶ୍ବନାଥ ଗୈାଡ ଙ୍କ ସମେତ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ବିଧାୟକ ପ୍ରଥମ ଥର ପାଇଁ ବୋରିପଦର ଗ୍ରାମକୁ ଆସିଥିବାରୁ ସରପଞ୍ଚ ମନୋରଞ୍ଜନ ଗୌଡଙ୍କ ନେତୃତ୍ୱରେ ପଞ୍ଚାୟତ ତରଫରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥଲା


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri