ମନ ମୋହୁଛି ଫୁଲର ସମ୍ଭାର

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଲୋକଙ୍କ ମଧ୍ୟରେ ଫୁଲଚାଷ ପ୍ରତି ଆଗ୍ରହ ସୃଷ୍ଟି ସହ ରାଜଧାନୀକୁ ଆହୁରି ସୌନ୍ଦର୍ଯ୍ୟମୟ କରିବା ଉଦ୍ଦେଶ୍ୟ ନେଇ ଶନିବାରଠାରୁ ‘ବାର୍ଷିକ ପୁଷ୍ପ ପ୍ରଦର୍ଶନୀ’ ଆରମ୍ଭ ହୋଇଛି। ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ପରିସରସ୍ଥ ଏକାମ୍ର କାନନରେ ଏହି ଦୁଇଦିନିଆ ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଯାଇଛି। ବିଭିନ୍ନ ପ୍ରକାର ରଙ୍ଗବେରଙ୍ଗ ଫୁଲରେ ଝଲସୁଛି ଏକାମ୍ର କାନନ। ଲାଲ୍‌, କମଳା, ନୀଳ ଓ ହଳଦିଆ ଗୋଲାପ ସାଙ୍ଗକୁ ଫ୍ଲୋରିବୁଣ୍ଡା ଏବଂ ପଲିଆନ୍ଥା ଭଳି ବିଦେଶୀ କିସମର ଗୋଲାପ ସବୁ ଏଠାରେ ଦେଖିବାକୁ ମିଳୁଛି।

ଚଳିତବର୍ଷ ପ୍ରଦର୍ଶନୀ ପାଇଁ ଆସିଥିବା ବିଦେଶୀ ଫୁଲଗୁଡ଼ିକ ମଧ୍ୟରେ ରହିଛି ଗ୍ଲାଡିଓଲି, କ୍ରୋଟନ, କ୍ୟାକ୍‌ଟସ, କାନୁନ୍‌ଣ୍ଡୋଲା, କାରିଆଫିସ୍‌, ଡାଇନାଥସ୍‌, ଆଷ୍ଟର, ଲିଲିୟମ୍‌, ସାଲ୍‌ଭିଆ, ଜିନିଆ ଏବଂ ଆନ୍ଥୁରିୟମ୍‌ ପ୍ରଭୃତି। ସେହିଭଳି ଦେଶୀ ଫୁଲ ମଧ୍ୟରେ ଗେଣ୍ଡୁ, ଗୋଲାପ ଏବଂ ଡାଲିଆ ଭଳି ଫୁଲ ଲୋକପ୍ରିୟ ହୋଇଛି। କାଟାଲିୟା ଡେଣ୍ଡ୍ରୋବିଅମ, ଭାଣ୍ଡା ସମେତ ୨୦ ପ୍ରଜାତିର ଅର୍କିଡ୍‌ ଫୁଲକୁ ନେଇ ଏକ ସ୍ବତନ୍ତ୍ର ସେକ୍ସନ ହୋଇଛି। ଯାହା ଦର୍ଶକଙ୍କ ମନ ମୋହୁଛି। ସେହିପରି ଅନେକ ଫୁଲର ସମ୍ଭାରରେ ହୋଇଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଛବି ସମସ୍ତଙ୍କୁ ଆକର୍ଷିତ କରୁଛି। ପ୍ରଦର୍ଶନୀ ପ୍ରବେଶ ପଥରେ ହୋଇଥିବା ଫୁଲର ଗେଟ୍‌ ମଧ୍ୟ ଦର୍ଶକଙ୍କ ପସନ୍ଦ ପାଲଟିଛି। ଏହି ପ୍ରଦର୍ଶନୀକୁ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ମାଇନିଂ କର୍ପୋରେଶନ ସହାୟତାରେ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଓ ପ୍ଲାଣ୍ଟ ଲଭର୍ସ ଆସୋସିଏଶନ ମିଳିତ ଭାବେ ଆୟୋଜନ କରିଛନ୍ତି। ପ୍ରଦର୍ଶନୀକୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଉଦ୍‌ଘାଟନ କରିଛନ୍ତି। ସମ୍ମାନିତ ଅତିଥି ଭାବେ ପିସିସିଏଫ୍‌ ସନ୍ଦୀପ ତ୍ରିପାଠୀ ଯୋଗଦେଇଥିଲେ। ଏହି ଅବସରରେ ଅତିଥିମାନେ ରିସର୍ଚ୍ଚ ଆଣ୍ଡ୍‌ ଆକ୍ଟିଭିଟି ରିପୋର୍ଟ ୨୦୧୯-୨୦ ଓ ଆଉ ଦୁଇ ପୁସ୍ତକକୁ ଉନ୍ମୋଚନ କରିଥିଲେ। ଚଳିତବର୍ଷ କରୋନାକୁ ଦୃଷ୍ଟିରେ ରଖି ପ୍ରଦର୍ଶନୀକୁ ସଙ୍କୁଚିତ ଭାବେ ଆୟୋଜନ କରାଯାଇଛି। ଏଥିରେ ୧୦ଟି ଅନୁଷ୍ଠାନ ଅଂଶଗ୍ରହଣ କରିଛନ୍ତି। କୌଣସି ବ୍ୟକ୍ତିବିଶେଷଙ୍କୁ ଭାଗ ନେବାକୁ ଅନୁମତି ଦିଆଯାଇ ନାହିଁ। ପ୍ରତିବର୍ଷ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚିତ୍ରାଙ୍କନ ଓ ପୋଷ୍ଟର ପ୍ରତିଯୋଗିତା ହୋଇଥାଏ। କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଏ। କିନ୍ତୁ ଏଥର ପ୍ରତିଯୋଗିତା ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri