ବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତ

ଲାଞ୍ଜିଗଡ଼,୧୨।୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ ପିଭିଟିଜି ବାଳକ ଆଶ୍ରମ ବିଦ୍ୟାଳୟରେ ପ୍ରଥମ ବାର୍ଷିକ ଉତ୍ସବ ବୁଧବାର ବିଦ୍ୟାଳୟ ପରିସର ଠାରେ ଅନୁଷ୍ଠିତ ହୋଇଯାଇଛି I ସ୍କୁଲର ପ୍ରଧାନ ଶିକ୍ଷକ ହରି ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁଟିଆ କନ୍ଧ ଉନ୍ନୟନ ସଂସ୍ଥI ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୂର୍ଯ୍ୟକାନ୍ତ ଭୁଇ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଛତ୍ରପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରବିନ୍ଦ ପଟ୍ଟନାୟକ ଯୋଗ ଦେଇଥିଲେ I ସମ୍ମାନିତ ଅତିଥି ଭାବେ ବ୍ଲକ ମଙ୍ଗଳ ଅଧିକାରୀ ପଙ୍କଜ ବଳିୟାର ସିଙ୍ଗ, ବାତେଲିମା ପଞ୍ଚାୟତ ସରପଞ୍ଚ କରୁଣା ମାଝୀ, ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବସନ୍ତ କୁମାର ମାଝୀ, ସ୍କୁଲ ପରିଚାଳନା କମିଟି ସଭାପତି ସହଦେବ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ I

ଅତିଥି ମାନଙ୍କ ଦ୍ୱାରା ସରସ୍ବତୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରା ଯାଇଥିଲା। ବିଦ୍ୟାଳୟର ଛାତ୍ରମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ପୁରସ୍କୃତ ହୋଇଥିବାବେଳେ ଅତିଥିମାନେ କୃତି ଛାତ୍ରମାନଙ୍କୁ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ପଦ୍ମନ ମାଝୀ, ଚିତ୍ତ ମାଝୀ, ରାଜେନ୍ଦ୍ର ମାଝୀ, ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଯୋଗେଶ୍ୱର ମାଝୀ ପ୍ରମୂଖ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଏହି ଅବସରରେ ବିଦ୍ୟାଳୟର ଛାତ୍ର ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମଟିକୁ ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସନ୍ଧ୍ୟାରାଣୀ ମାଝୀ ଏବଂ ରିନା ମାଝୀ ପରିଚାଳନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri