‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କଲେଜ କର୍ମଚାରୀ ପରିଷଦ ର ସଚିବ ତଥା ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡ. କୈଳାଶ ଚନ୍ଦ୍ର ସ୍ୱାଇଁ ଅତିଥି ପରିଚୟ ପ୍ରଦାନ ସହିତ ସ୍ୱାଗତ ଅଭିଭାଷଣରେ ଛାତ୍ରୀ ଛାତ୍ର ବୃନ୍ଦ ନିଜ ଜୀବନ ରେ ଆଦର୍ଶ ଏବଂ ନିଷ୍ଠା ର ସହ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ। ବ୍ରହ୍ମପୁର ସ୍ଥିତ ଆଞ୍ଚଳିକ ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ର ନିର୍ଦ୍ଦେଶକ  ନାରାୟଣ ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ଛାତ୍ରୀ ଛାତ୍ର ମାନଙ୍କୁ  ଗଳ୍ପ ମାଧ୍ୟମରେ ସକ୍ରେଟିସ ଙ୍କ ଉଦାହରଣ ଦେଇ ଆଜି ର କୂତ୍ରିମ ବୁଦ୍ଧିମତା ଯୁଗ ରେ ସତ୍ୟର ଅନୁସନ୍ଧାନ କରି ପ୍ରତିଟି କ୍ଷେତ୍ରରେ ଗୁରୁତ୍ୱର ସହ କାର୍ଯ୍ୟ କରିବାକୁ ଯତ୍ନବାନ ହେବାକୁ କହିଥିଲେ। ସେହିପରି ପ୍ରତ୍ୟେକ  ଛାତ୍ରୀ ଛାତ୍ର ଜୀବନରେ ଦର୍ଶନ ଶାସ୍ତ୍ର ର ଉପଯୋଗିତା ସମ୍ପର୍କରେ ଅଧ୍ୟୟନ ପାଇଁ ପରାମର୍ଶ ଦେଇଥିଲେ।

କ୍ରୀଡ଼ା ବିଭାଗ ଉପ-ସଭାପତି ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ମହାରଣା, ଯୁକ୍ତ ୩ ନାଟ୍ୟ ସଂସଦ ଉପଦେଷ୍ଟା ତଥା ଅଧ୍ୟାପକ ଡ. ସୁରେନ୍ଦ୍ର ଶବର, ଯୁକ୍ତ ୨ ସାଂସ୍କୃତିକ ସଂଘ ଉପଦେଷ୍ଟା ଅଧ୍ୟାପକ ସଂଜୟ ଭୂୟାଁ, ବାର୍ଷିକୋତ୍ସବ କମିଟି ସଦସ୍ୟ ଅଧ୍ୟାପକ ତ୍ରିଲୋଚନ ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। କଲେଜ ର ଆନୁଷଙ୍ଗିକ ପରିବର୍ତ୍ତନ ସହ ଆଗାମୀ ଦିନରେ ଛାତ୍ରୀ ଛାତ୍ର ମାନଙ୍କ ପାଇଁ ବ୍ୟାପକ  ପଦକ୍ଷେପ ନିଆଯିବ ବୋଲି କଲେଜ ଅଧ୍ୟକ୍ଷ ଉଦବୋଧନ ଦେବାସହ ସମସ୍ତ  ଛାତ୍ରୀ ଛାତ୍ର ଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ସଞ୍ଜୟ ଭୂୟାଁ ବାର୍ଷିକ ବିବରଣୀ ପାଠ କରିଥିଲେ ଏବଂ ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ମହାରଣା ସଙ୍ଗୀତ ପରିବେଷଣ କରିଥିଲେ। ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ମହାରଣା ସଙ୍ଗୀତ ପରିବେଷଣ କରିଥିଲେ।

ଇଂରାଜୀ ଅଧ୍ୟାପକ ତ୍ରିଲୋଚନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ବାର୍ଷିକ କ୍ରୀଡ଼ା, ସାଂସ୍କୃତିକ ଏବଂ ନାଟ୍ୟ ସଂସଦ ର ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ରୀ ଛାତ୍ର ମାନଙ୍କୁ ପୁରସ୍କାର ବିତରଣ କରଯାଇଥିଲା।ଶେଷରେ ଛାତ୍ରୀ ଛାତ୍ର ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ଛାତ୍ର ଛାତ୍ରୀ ଛାତ୍ର ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।କଲେଜର ସମସ୍ତ  ଛାତ୍ରୀ ଛାତ୍ର, ଅଧ୍ୟାପକ ଅଧ୍ୟାପିକା ଅଧ୍ୟାପକ ଏବଂ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।  ରାଜା ସିଂ, ସିଦ୍ଧାର୍ଥ ଶଙ୍କର ପାଣିଗ୍ରାହୀ, ବଡୁ ରେଡ୍ଡୀ ଏବଂ ଗଗନ ବରାଡ ଙ୍କ ସହ ଅନ୍ୟ କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହାୟତା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri