ଆଇସିସିର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର, ୨୪।୪: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି) ଓଡ଼ିଶା ପରିଷଦର ବାର୍ଷିକ ସାଧାରଣ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ପରିଷଦର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ପରିଶେଷରେ ୨୦୨୩-୨୪ ବର୍ଷ ପାଇଁ ଆଇସିସି ଓଡ଼ିଶା ପରିଷଦର କର୍ମକର୍ତ୍ତା ଚୟନ କରାଯାଇଥିଲା। ଏପରି କି ଜାଭାସ୍ତ୍ରା ଟେକ୍ନୋଲୋଜି ପ୍ରା.ଲିଃର ନିର୍ଦ୍ଦେଶକ ଜେ.ବି. ପାଣି ପୁନର୍ବାର ପରିଷଦର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ପରିଷଦର ବରିଷ୍ଠ ଉପାଧ୍ୟକ୍ଷ ଭାବେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ତଥା ଏସ୍‌ଆର୍‌ବି ଆଣ୍ଡ ଆସୋସିଏଟ୍ସର ପ୍ରିନ୍ସିପାଲ ପାର୍ଟନର ରାଜୀବ ଶେଖର ସାହୁ ଏବଂ ଗୁପ୍ତା ପାୱାର ଇନ୍‌ଫ୍ରାଷ୍ଟ୍ରକ୍ଚର ଲିଃର ପରିଚାଳନା ନିର୍ଦ୍ଦେଶକ ଏମ୍‌.କେ. ଗୁପ୍ତା ଉପାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଆଇସିସି ଓଡ଼ିଶା ପରିଷଦର ବିଭିନ୍ନ ପଦକ୍ଷେପ ରାଜ୍ୟରେ ବ୍ୟବସାୟ ତଥା ଅର୍ଥନୈତିକ କାର୍ଯ୍ୟକଳାପକୁ ଅଭିବୃଦ୍ଧି କରାଇଛି। ଏପରି କି ଆଇସିସି ଓଡ଼ିଶା ପରିଷଦ ରାଜ୍ୟ ସରକାରଙ୍କ ସହ ମିଳିତଭାବେ କାର୍ଯ୍ୟ କରୁଥିବାରୁ ବେଶ୍‌ ଗର୍ବିତ ଏବଂ ଆସନ୍ତାକାଲିର ଉଦୀୟମାନ ଓଡ଼ିଶାକୁ ନୂତନ ଭାବେ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଶିଳ୍ପନୀତିର ଉଦ୍ଦେଶ୍ୟ ସହିତ ସକ୍ରିୟ ଭାବେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଛି। ଆଇସିସି ଓଡ଼ିଶା ପରିଷଦ ଦ୍ୱାରା ଆୟୋଜିତ ଏହି ଅନ୍ତରୀଣ ବୈଠକରେ ଆଇସିସିର ଅନ୍ୟ ସଦସ୍ୟଙ୍କ ସହ ଓଡ଼ିଶା ପରିଷଦର ଆଞ୍ଚଳିକ ମୁଖ୍ୟ ଜେ.ପି. ପାଲ୍‌ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri