କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ନିରୀକ୍ଷଣ କାର୍ଯ୍ୟକ୍ରମ: ପାଠପଢ଼ା ସହ କ୍ରୀଡ଼ା ପ୍ରତି ଧ୍ୟାନ ଦେବାକୁ ପରାମର୍ଶ

ଭଞ୍ଜନଗର,୧୩।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ନିରୀକ୍ଷଣ ଓ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ଶିକ୍ଷାଦାନ ପଦ୍ଧତି, ଶିକ୍ଷାର ଗୁଣାତ୍ମକ ମାନ, ଭିତ୍ତିଭୂମି ଏବଂ ବିଭିନ୍ନ ଶୈକ୍ଷିକ ଓ ସହଶୈକ୍ଷିକ କାର୍ଯ୍ୟକଳାପର ବାର୍ଷିକ ସମୀକ୍ଷା କରାଯାଇଥିଲା।

ଏହି ନିରୀକ୍ଷଣ ଟିମ୍‌ରେ କେନ୍ଦ୍ରୀୟ ବିଦ୍ୟାଳୟ ଭୁବନେଶ୍ୱରର ସହକାରୀ କମିଶନର ଅନିଲ କୁମାର, ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ପଣ୍ଡା, ଆସିକା କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ବଳରାମ ମହାନ୍ତି, ଖୋର୍ଦ୍ଧା ରୋଡ କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ନୀରଜ କିଶୋର ପିଙ୍ଗୁଆ, ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ନଂ-୧ର ଉପାଧ୍ୟକ୍ଷ ଭୂପେନ୍ଦ୍ର ସିଂହ ଏବଂ କାମାକ୍ଷାନଗର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ରବି ବଛେଟି ସାମିଲ ହୋଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁ ଉପସ୍ଥିତ ରହି ନିରୀକ୍ଷଣ କାର୍ଯ୍ୟରେ ସହଯୋଗ କରିଥିଲେ।

ନିରୀକ୍ଷଣ ଟିମ ପକ୍ଷରୁ ପ୍ରାର୍ଥନା ସଭାଠାରୁ ଆରମ୍ଭ କରି ଶ୍ରେଣୀଗୃହରେ ଶିକ୍ଷାଦାନ, ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଅଗ୍ରଗତି, ସ୍ବାସ୍ଥ୍ୟ, କ୍ରୀଡ଼ା ଓ ବିଦ୍ୟାଳୟର ଅନ୍ୟାନ୍ୟ ବ୍ୟବସ୍ଥା ଯାଞ୍ଚ କରାଯାଇଥିଲା। ପାଠପଢ଼ା ସହ ଛାତ୍ରୀଛାତ୍ରଙ୍କ ଶାରୀରିକ ସୁସ୍ଥତା, କ୍ରୀଡ଼ା ଓ ଅନ୍ୟାନ୍ୟ ସହଶୈକ୍ଷିକ କାର୍ଯ୍ୟକଳାପ ପ୍ରତି ଅଧିକ ଧ୍ୟାନ ଦେବାକୁ ଟିମ ସଦସ୍ୟମାନେ ପରାମର୍ଶ ଦେଇଥିଲେ।

ଏଥିସହ ବିଦ୍ୟାଳୟରେ ଦ୍ୱାଦଶ ଶ୍ରେଣୀ ଖୋଲାଯାଇଥିବାରୁ ଟିମ ସଦସ୍ୟମାନେ ଖୁସିବ୍ୟକ୍ତ କରିଥିଲେ। ଦୀର୍ଘ ୧୫ ବର୍ଷର ବ୍ୟବଧାନ ପରେ ଲୋକପ୍ରତିନିଧି, ପ୍ରଶାସନିକ ଅଧିକାରୀ, ବିଦ୍ୟାଳୟ ଅଧକ୍ଷ ଓ ଅଭିଭାବକଙ୍କ ମିଳିତ ସହଯୋଗରେ ବିଦ୍ୟାଳୟରେ ଯୁକ୍ତଦୁଇ ବିଜ୍ଞାନ ଶ୍ରେଣୀ ଖୋଲିବା ଏକ ଉଲ୍ଲେଖନୀୟ ସଫଳତା ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ବୈଠକରେ ଭବିଷ୍ୟତରେ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି, ଉନ୍ନତ ଶିକ୍ଷାଦାନ ପଦ୍ଧତିର ପ୍ରୟୋଗ ଏବଂ ବିଦ୍ୟାଳୟର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବନ୍ୟାକୁ ଜାତୀୟ ବିପତ୍ତି ଘୋଷଣା ଦାବି: ଚାଷୀଙ୍କୁ ବୀମା ରାଶି ସହ କୃଷି ଋଣ ଛାଡ଼ ନେଇ…

ଛତ୍ରପୁର,୧୩ା୧୧(ଦିଲ୍ଲୀପ ସାମଲ): ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାର ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ଏହାକୁ ଜାତୀୟ ବିପତ୍ତି ଭାବେ ଘୋଷଣା କରିବା ସହ କ୍ଷତିଗ୍ରସ୍ତ ପରିବାରଙ୍କୁ…

କାଠ ଚୁଲିରୁ ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ରେ ଲାଗିଲା ନିଆଁ, ବିସ୍ଫୋରଣ ହେବାରୁ…

ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଅଗଝୋଳ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। କାଠ ଚୁଲିର ନିଆଁରୁ ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ରେ…

ପିସି କାରବାର: ପୁଣି ଗର୍ଜିଲେ ବରଗଡ଼ ଏମ୍‌ପି, ଅଧିକାରୀଙ୍କୁ ତାଗିଦ୍‌ କରି କହିଲେ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ପି.ସି କାରବାରକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଖୋଦ ବରଗଡ଼ ଲୋକ ସଭା ଏମ୍‌ପି(MP) ପ୍ରଦୀପ ପୁରୋହିତ…

ହନୁମାନ ମନ୍ଦିରରୁ ଚୋରି, ଦେଢ଼ଲକ୍ଷ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ

ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ମଳାସପଦର ରାସ୍ତାରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ବିଳମ୍ବିତ ରାତିରେ…

ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ, ଆସନ୍ତା…

କଟକ,୧୩।୧୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ…

ବରଗଡ଼ ଗସ୍ତରେ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ, ୩୮୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଆଇନ, ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଶୁକ୍ରବାର ଦିନିକିଆ ବରଗଡ଼ ଗସ୍ତରେ ଆସି ଜିଲାର ସର୍ବାଙ୍ଗୀନ ବିକାଶ ନିମନ୍ତେ…

ପାଟ୍ରୋଲିଂବେଳେ କାର୍‌ ଅଟକାଇଲା ପୋଲିସ, ଭିତରେ ଏତେ ଗଞ୍ଜେଇ ଦେଖି ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଶୁକ୍ରବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ବେଗୁନିଆପଡ଼ା ଥାନା ନୂଆଗଡ଼ ସୁମଣ୍ଡଳ ଗ୍ରାମର ବାବୁ ନାୟକ(୨୫)ଙ୍କୁ ବ୍ରହ୍ମପୁର…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଘର ଲୋକଙ୍କ ଭୟରେ ଜଙ୍ଗଲକୁ ପଳାଇଥିଲେ ୪ ଦଶମ ଶ୍ରେଣୀ ଛାତ୍ର, ଆଉ ତା’ପରେ…

ବଲାଙ୍ଗୀର,୧୩।୧୧: ବଲାଙ୍ଗୀର ସହର ଉପକଣ୍ଠ ଜଙ୍ଗଲରୁ ଶୁକ୍ରବାର ୪ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ସମସ୍ତ ଛାତ୍ର ଲଳିତନଗର ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?