ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ!

ନୂଆଦିଲ୍ଲୀ,୨୫।୮: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ତା’ର ବାର୍ଷିକ ରିପୋର୍ଟରେ ଦର୍ଶାଇଛି କି ୨୦୧୯-୨୦ରେ ୨ହଜାର ଟଙ୍କିଆ ନୋଟ ଛପାଯାଇ ନାହିଁ। ଗତବର୍ଷ ମଧ୍ୟ ୨ହଜାର ଟଙ୍କିଆ ନୋଟର ସର୍କୁଲେଶନ କମ୍‌ ହୋଇଛି। ୨୦୧୮ ମାର୍ଚ୍ଚ ଶେଷ ବେଳକୁ ୩୩,୬୩୨ ଖଣ୍ଡ ୨ହଜାର ଟଙ୍କିଆ ନୋଟ ସର୍କୁଲେଶନ ହୋଇଥିବା ବେଳେ ୨୦୧୯ ଶେଷ ବେଳକୁ ଏହା କମ୍‌ ହୋଇ ୩୨,୯୧୦ରେ ପହଞ୍ଚିଥିଲା। ଆର୍‌ବିଆଇ ତା’ର ବାର୍ଷିକ ରିପୋର୍ଟରେ ଦର୍ଶାଇଛି କି ୨୦୨୦ ମାର୍ଚ୍ଚ ଶେଷ ବେଳକୁ ୨ହଜାର ନୋଟର ସର୍କୁଲେଶନ କମିଯାଇ ୨୭,୩୯୮ ଖଣ୍ଡରେ ପହଞ୍ଚିସାରିଥିଲା। ଏହାପୂର୍ବରୁ ଅର୍ଥ ଓ କର୍ପୋରେଟ ରାଜ୍ୟମନ୍ତ୍ରୀ ଅନୁରାଗ ଠାକୁର ସୋସିଆଲ ମିଡିଆରେ ୨୦୦୦ଟଙ୍କିଆ ନୋଟ ବନ୍ଦ ହେବାକୁ ନେଇ ଚାଲିଥିବା ଖବରକୁ ଖଣ୍ଡନ କରିଥିଲେ। ସେ କହିଥିଲେ ସରକାର ଏବେ ୨୦୦୦ଟଙ୍କିଆ ନୋଟ ବନ୍ଦ କରିବାର କୌଣସି ଯୋଜନା ରଖି ନାହାନ୍ତି। ତେବେ ଆର୍‌ବିଆଇ ସ୍ପଷ୍ଟ କରିଛି ଯେ ୨୦୦୦ଟଙ୍କିଆ ନୋଟ୍‌ ବନ୍ଦ ନୁହେଁ ବରଂ ଏହାର ଛପା କମ୍‌ ହୋଇଯାଇଛି। ଏବେ କରୋନା ମହାମାରୀ ପାଇଁ ଦେଶର ଅର୍ଥବ୍ୟବସ୍ଥା ଭୁଷୁଡି ପଡିଥିବା ବେଳେ ଏଥିରେ ସୁଧାର ଆଣିବା ଦିଗରେ ଯୋଜନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri