Posted inUncategorized

ଏଏଚ୍‌ଏଲ୍‌ର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬।୫: ଦେଶର ପ୍ରମୁଖ ଅର୍ଥ ଲଗାଣକାରୀ ଘରୋଇ ସଂସ୍ଥା ଆବାନ୍ସ ହୋଲ୍‌ଡ୍ସିଂ ଲିମିଟେଡ୍‌(ଏଏଚ୍‌ଏଲ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ସହ ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ବିବିଧ ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ପ୍ରଦର୍ଶନ କରିବା ସହ ଉକ୍ତ ଶିଳ୍ପରେ ଏକ ପ୍ରମୁଖ ସଂସ୍ଥା ଭାବେ ନିଜର ସ୍ଥିତିକୁ ଅଧିକ ଦୃଢ଼ୀଭୂତ କରିଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀ ୭୦.୩ କୋଟି ଟଙ୍କାର ନେଟ୍‌ ଲାଭ ଉପାର୍ଜନ କରିଛି, ଯାହା ୨୦୨୧-୨୨ ଆର୍ଥିକ ବର୍ଷରେ ହୋଇଥିବା ନେଟ୍‌ ଲାଭ ୬୧.୮ କୋଟି ଟଙ୍କା ତୁଳନାରେ ୧୪% ଅଧିକ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀର ଅପରେଟିଂ ଲାଭ ପୂର୍ବ ବର୍ଷ ତୁଳନାରେ ୧୫% ବୃଦ୍ଧି ପାଇ ୭୬କୋଟି ଟଙ୍କା ହୋଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ସଂସ୍ଥାର ବ୍ୟବସାୟିକ ପରିଚାଳନାରୁ ରାଜସ୍ବ ଆୟ ୧,୧୫୦.୯୭ କୋଟି ଟଙ୍କା ହୋଇଛି, ଯାହା ୨୦୨୧-୨୨ ଆର୍ଥିକ ବର୍ଷରେ ହୋଇଥିବା ରାଜସ୍ବ ଆୟ ୬୩୮.୬୨ କୋଟି ଟଙ୍କା ତୁଳନାରେ ୮୦.୨% ଅଧିକ ରହିଛି। ସେହିଭଳି ଉକ୍ତ ସଂସ୍ଥାର ଆୟ ପୂର୍ବ ବର୍ଷ ତୁଳନାରେ ୨୦୨୨-୨୩ ଆର୍ଥିକ ବର୍ଷରେ ୮୩% ବୃଦ୍ଧି ପାଇ ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ୪୩ କୋଟି ଟଙ୍କା ହୋଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ଇପିଏସ୍‌ ଶେୟାର ପିଛା ୧୪.୮୧ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri