ଏଚ୍‌ସିଆଇଏଲ୍‌ର ବାର୍ଷିକ ବିକ୍ରି ଫଳାଫଳ

ନୂଆଦିଲ୍ଲୀ,୬।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବାର୍ଷିକ ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୯୧,୪୧୮ ଯାନ ଘରୋଇ ବଜାରରେ ବିକ୍ରି କରିଥିବା ବେଳେ ୨୦୨୧-୨୨ ବର୍ଷ ବିକ୍ରି ତୁଳନାରେ ୭% ଅଭିବୃଦ୍ଧି କରିପାରିଛି। ଅପରପକ୍ଷରେ ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀ ମୋଟ ୮୫,୬୦୯ ୟୁନିଟ୍‌ ଗାଡ଼ି ବିକ୍ରି କରିଥିଲା। ସେହିଭଳି କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୨୨,୭୨୨ ୟୁନିଟ୍‌ ଗାଡ଼ି ରପ୍ତାନି କରିଥିବା ବେଳେ ୨୦୨୧-୨୨ ଆର୍ଥିକ ବର୍ଷ ତୁଳନାରେ ୧୭% ବୃଦ୍ଧି ଘଟିଛି।

ଏପରିକି ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀ ୧୯,୪୦୧ ୟୁନିଟ୍‌ ଗାଡ଼ି ରପ୍ତାନି କରିଥିଲା। ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ର ନିର୍ଦ୍ଦେଶକ ( ମାର୍କେଟିଂ ଆଣ୍ଡ ସେଲ୍‌ସ) ୟୁଇଚି ମୁରାଟା କହିଛନ୍ତି, ୨୦୨୨-୨୩ ଆର୍ଥିକ ବର୍ଷରେ ଆମର ବିକ୍ରି ପରିମାଣ ପୂର୍ବ ଆର୍ଥିକ ବର୍ଷ ତୁଳନାରେ ଭଲ ରହିଛି। ଏପରିକି ଆମର ଆମେଜ ଏବଂ ସିଟି ଭଳି ୨ ପ୍ରିମିୟମ ମଡେଲର ବିକ୍ରି ଉଭୟ କାରବାର ଓ ବଜାର ଅଭିବୃଦ୍ଧିରେ ବେଶ୍‌ ସହାୟକ ହୋଇଛି। ସେହିଭଳି କମ୍ପାନୀ ୨୦୨୩ ମାର୍ଚ୍ଚରେ ମୋଟ ୬୬୯୨ୟୁନିଟ୍‌ ଯାନ ଘରୋଇ ବଜାରରେ ବିକ୍ରି କରିଥିଲା ବେଳେ ୩୧୮୯ ୟୁନିଟ୍‌ ଯାନ ରପ୍ତାନି କରିଛି। ଅପରପକ୍ଷରେ ୨୦୨୨ ମାର୍ଚ୍ଚରେ କମ୍ପାନୀ ମୋଟ ୬୫୮୯ ୟୁନିଟ୍‌ ଯାନ ଘରୋଇ ବଜାରରେ ବିକ୍ରି କରିଥିବା ବେଳେ ୨୨୪୩ ୟୁନିଟ୍‌ ଯାନ ରପ୍ତାନି କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?