ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୨୯।୧: ପୌଷ ପୂର୍ଣ୍ଣିମାରେ ଗୁରୁବାର ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ଓ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଶ୍ରୀନଅରରେ ଶାସ୍ତ୍ରୀୟ ପୂଜା ଓ ପଞ୍ଚଦେବତା ପୂଜା ପରେ ଗଜପତି ମହାରାଜାଙ୍କୁ ଅଭିଷେକ କରାଯାଇଛି। ଷୋଳଶାସନ ବ୍ରାହ୍ମଣ ମହାରାଜଙ୍କୁ ନଡ଼ିଆ ଓ ପଇତା ପ୍ରଦାନ କରିବା ସହ ମହାରାଜାଙ୍କୁ ଆଶୀର୍ବାଦ କରିଛନ୍ତି। ଏହାପରେ ଗଜପତି ମହାରାଜାଙ୍କ ପ୍ରତିନିଧି ନୂତନ ମୁଦିରସ୍ତଙ୍କ ଶାଢ଼ିବନ୍ଧା ନୀତି ସମ୍ପନ୍ନ ହୋଇଥିଲା। ପ୍ରଥା ଅନୁଯାୟୀ ମହାରାଜାଙ୍କ ପ୍ରତିନିଧି ଭାବେ ଜଣେ ନାବାଳକ ସେବାୟତ ମହାପ୍ରଭୁଙ୍କ ସେବା କରିଥାନ୍ତି। ସେହିକ୍ରମରେ ଜଣେ ନାବାଳକ ସେବକଙ୍କୁ ମୁଦିରସ୍ତ ଭାବେ ଶାଢ଼ି ବନ୍ଧାଯାଇଛି। ଶାଢ଼ି ବାନ୍ଧିବା ପରେ ସମ୍ପୃକ୍ତ ମୁଦିରସ୍ତ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି। ଅନ୍ୟପଟେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁ ରାଜରାଜେଶ୍ୱର ବେଶରେ ସୁସଜ୍ଜିତ ହୋଇଛନ୍ତି। ପୂର୍ବ ଦିନରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ୧୦୮ ଗରା ଘିଅ ମିଶ୍ରିତ ଜଳ ଚନ୍ଦନ ଲାଗି ପରେ ମହାପ୍ରଭୁଙ୍କୁ ଅଭିଷେକ କରାଯାଇଛି। ଏହାପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା’ ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିଛନ୍ତି। ସେଠାରେ ମାଜଣା ଓ ବନକଲାଗି ଆଦି ନୀତି ସମ୍ପନ୍ନ ହେବା ପରେ ଶ୍ରୀଦେବୀଙ୍କୁ ବେଶ କରାଯାଇଛି। ପୁଷ୍ୟାଭିଷେକ ପରେ ଗଜପତି ମହାରାଜା ପ୍ରତିକ୍ରିୟା ରଖି କହିଛନ୍ତି ଯେ, ପ୍ରତ୍ୟେକ ବର୍ଷ ଏହି ତିଥିରେ ମହାପ୍ରଭୁଙ୍କର ସେବାରେ ମହାରାଜାଙ୍କ ପ୍ରତିନିଧି ଭାବେ ନୂଆ ମୁଦିରସ୍ତଙ୍କୁ ନିୟୋଜିତ କରାଯାଇଥାଏ। ଏକ ବର୍ଷ ପାଇଁ ଏହି ମୁଦିରସ୍ତ ସେବକ ମହାରାଜାଙ୍କ ପ୍ରତିନିଧି ଭାବେ ମହାପ୍ରଭୁଙ୍କର ସମସ୍ତ ସେବା କରିଥାନ୍ତି। ଗୁରୁବାର ତାଙ୍କର ଶାଢି ବନ୍ଧା ହୋଇଛି। ସେ ମୋର ପ୍ରତିନିଧି ଭାବେ ସମ୍ପୂର୍ଣ୍ଣ ନିଷ୍ଠାର ସହ କାର୍ଯ୍ୟ ସମ୍ପାଦନ କରିବେ ବୋଲି ମୋର ବିଶ୍ୱାସ ରହିଛି। ଅନ୍ୟପକ୍ଷରେ ନୂତନ ଭାବେ ମୁଦିରସ୍ତ ଦାୟିତ୍ୱ ପାଇଥିବା ନାରାୟଣ ମୁଦିରସ୍ତ କହିଛନ୍ତି ଯେ, ଗଜପତି ମହାରାଜାଙ୍କ ପ୍ରତିନିଧି ଭାବେ ମହାପ୍ରଭୁଙ୍କ ସେବା କରିବା ମୋ ପାଇଁ ସୌଭାଗ୍ୟର କଥା। ନିୟମକୁ ନିଷ୍ଠାର ସହ ପାଳନ କରି ମୋର ପାରୁ ପର୍ଯ୍ୟନ୍ତ ସେବା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri