ୟୁକ୍ରେନକୁ ସାହାଯ୍ୟର ହାତ ବଢ଼ାଇଲେ ସାଇବର ହ୍ୟାକର

ମସ୍କୋ,୨୫।୨: ୟୁକ୍ରେନ ଉପରେ ବାରମ୍ବାର ସାଇବର ଆକ୍ରମଣ ହେଉଥିବା ବେଳେ ଏଥିପାଇଁ ସେ ରୁଷିଆକୁ ଦାୟୀ କରିଛି। ବର୍ତ୍ତମାନ ସାଇବର ହ୍ୟାକର୍ସଙ୍କ ଏକ ଗୋଷ୍ଠୀ ରୁଷିଆ ବିରୋଧରେ ସାଇବର ଯୁଦ୍ଧ ଆରମ୍ଭ କରିଛି। ଏଥିରେ ଅନେକ ରୁଷିଆର ସରକାରୀ ୱେବସାଇଟକୁ ଟାର୍ଗେଟ କରାଯାଇ ବନ୍ଦ କରାଦିଆଯାଇଛି। ଏନେଇ ହ୍ୟାକର୍ସ ଦାବି କରିଛନ୍ତି। ଏହି ଗୋଷ୍ଠୀର ପ୍ରତିନିଧିତ୍ୱ କରୁଥିବା ସୋସିଆଲ ମିଡିଆ ଆକାଉଣ୍ଟ ଦାବି କରିଛି ଯେ, ସେମାନେ ରୁଷିଆ ସରକାରଙ୍କ ବିରୋଧରେ ସାଇବର ଯୁଦ୍ଧ ଆରମ୍ଭ କରିଛନ୍ତି। ୟୁକ୍ରେନରେ ରୁଷିଆର ସାମରିକ କାର୍ଯ୍ୟାନୁଷ୍ଠାନ ଯୋଗୁ ଅନେକ ଓ୍ବେବସାଇଟ୍‌କୁ ଟାର୍ଗେଟ କରାଯାଇ ଡାଉନ କରିଦିଆଯାଇଛି ବୋଲି ହ୍ୟାକର ଦାବି କରିଛନ୍ତି। ଅନ୍ୟପଟେ ଏହି ସାଇବର ଆକ୍ରମଣ ଯୋଗୁ ରୁଷିଆର ସରକାରୀ ୱେବସାଇଟ, ପ୍ରତିରକ୍ଷା ମନ୍ତ୍ରଣାଳୟ ଭଳିି ଅନେକ ୱେବସାଇଟ ଡାଉନ ହୋଇଯାଇଥିବା ଜଣାପଡ଼ିଛି। କେତେକ ୱେବସାଇଟ ସ୍ଲୋ ହୋଇଯାଇଥିବା ବେଳେ ଆଉ କେତେକ ଅଫ୍‌ଲାଇନ କରିଦିଆଯାଇଛି। ଏଥିସହ ଏକ ଆକାଉଣ୍ଟ ଦ୍ୱାରା କରାଯାଇଥିବା ଟୁଇଟରେ କୁହାଯାଇଛି ଯେ ଆମେ ଲଗ୍‌ଇନ୍‌ରେ ଅଛୁ। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସମୟରେ ଯେଉଁମାନଙ୍କର ମୃତ୍ୟୁ ହୋଇଛି, ସେମାନଙ୍କୁ ଆମେ ଭୁଲିବୁ ନାହିଁ। ସେହିପରି ଦ୍ୱିତୀୟ ଆକାଉଣ୍ଟରୁ ପୁଟିନ୍‌ଙ୍କ ସମୟ ଚାଲିଯାଇଛି, ବର୍ତ୍ତମାନ ଏହି ଆକ୍ରମଣ ପୁନଃରୁଦ୍ଧାର କରିବାରେ ବହୁ ଅସୁବିଧା ହେବ ବୋଲି ଟୁଇଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?