ଆଉ ୧୦ ଖଣି ନିଲାମ ହେବ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ଆଉ ୧୦ଟି ଖଣି ନିଲାମ ହେବ। ୨୦୨୩-୨୪ ଆର୍ଥିକ ବର୍ଷରେ ଉକ୍ତ ଖଣି ନିଲାମ ହେବ। ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ନିଲାମ ହେବାକୁ ଥିବା ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ ଜିଲାର କୋଇଡା ଲୁହାପଥର ଖଣି, ଅଳଘାଟ ଲୁହାପଥର ଖଣି, ଝୁମକା-ପାଥିରିପୋଷି ଲୁହାପଥର ଖଣି, ତୁନମୁରା ଲାଇମଷ୍ଟୋନ ଓ ଡୋଲମାଇଟ, କଳାହାଣ୍ଡି ଜିଲାର କର୍ଲାପାଟ ବକ୍ସାଇଟ ଖଣି, କେନ୍ଦୁଝରର ରେଙ୍ଗଲାବେରା ନର୍ଥ ଇଷ୍ଟ ଓ ନୂଆଗାଁ ଲୁହାପଥର ଖଣି, ରୋଏଡା-୧ ଲୁହାପଥର ଖଣି, କେନ୍ଦୁଝର ଓ ସୁନ୍ଦରଗଡ଼ର ଗନ୍ଧାଲପଡ଼ା ଓ୍ବେଷ୍ଟ ଲୁହାପଥର ଖଣି, ଏବଂ ରାୟଗଡ଼ାର ସରଗିଗୁଡ଼ା ଗ୍ରାଫାଇଟ ଖଣି, ନୁନାପାଇମାଳି ବକ୍ସାଇଟ ଖଣି। ଏଥିସହିତ କେନ୍ଦୁଝରର କେନ୍ଦୁଡିହି ଲୁହାପଥର ଖଣି, ସୁନ୍ଦରଗଡ଼ ଜିଲାର ଭଞ୍ଜକୁସୁମ ମାଙ୍ଗାନିଜ ଖଣି, କୁସୁମଡିହି ମାଙ୍ଗାନିଜ ଖଣି, କେଡେଶାଳା ଲୁହାପଥର ଖଣି, ଓରାବୁରି ମାଙ୍ଗାନିଜ ଆଦି ୫ଟି ଖଣିର ନିଲାମ ପ୍ରକ୍ରିୟା ଚାଲିଛି।
ଆଉ ୧୦ ଖଣି…
ରାଜ୍ୟରେ ଏବେ ସୁଦ୍ଧା ୪୧ଟି ଖଣି ନିଲାମ ହୋଇଛି। ସେଥିରୁ ଏବେ ସୁଦ୍ଧା ୨୩ଟି ଖଣି କାର୍ଯ୍ୟକ୍ଷମ ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ଏହି ଖଣିରୁ ୨୦୧୯-୨୦ରେ ୧,୯୨,୦୧,୯୭,୧୨୨, ୨୦୨୦-୨୧ରେ ୪୫,୪୩,୬୭,୫୮,୬୩୪, ୨୦୨୧-୨୨ରେ ୨,୩୨,୨୦,୮୪,୭୦,୩୧୦ ଏବଂ ୨୦୨୩ ଫେବୃୟାରୀ ସୁଦ୍ଧା ୧,୬୬,୩୦,୨୬,୮୮,୮୦୧ ଟଙ୍କା ରାଜସ୍ବ ଆଦାୟ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?