CORONAVIRUS UPDATE: ରାଜ୍ୟରେ ପୁଣି ୧୦୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୧୭୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୦୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୦୬ ଲୋକାଲ କେସ୍‌ ରହିଛି।
ନୂଆ ୧୦୬୮ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୨୦, ବାଲେଶ୍ୱର ୨୯, ବରଗଡ଼ ୫, ଭଦ୍ରକ ୪, ବଲାଙ୍ଗୀର ୨୬, କଟକ ୬୧, ଦେବଗଡ଼ ୨, ଢେଙ୍କାନାଳ ୧, ଗଜପତି ୮୮, ଜଗତ୍‌ସିଂପୁର ୩, ଯାଜପୁର ୧୨, ଝାରସୁଗୁଡ଼ା ୧୨, କଳାହାଣ୍ଡି ୧୯, କନ୍ଧମାଳ ୧୧, କେନ୍ଦ୍ରାପଡ଼ା ୮, ଖୋର୍ଦ୍ଧା ୧୯୪, କୋରାପୁଟ ୬୬, ମାଲକାନଗିରି ୧, ମୟୂରଭଞ୍ଜ ୨୦, ନବରଙ୍ଗପୁର ୨୬, ନୟାଗଡ଼ ୨୯, ନୂଆପଡ଼ା ୧୧, ପୁରୀ ୧, ରାୟଗଡ଼ା ୨୪, ସମ୍ବଲପୁର ୨୧, ସୋନପୁର ୨, ସୁନ୍ଦରଗଡ଼ ୧୧୩।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୯, ୧୭୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦, ୯୨୦ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୮,୦୬୦ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri