ପୁଣି ମା’ ହେଲେ ଆଉ ଜଣେ ଦଶମ ଶ୍ରେଣୀ ଛାତ୍ରୀ, ଶିଶୁକନ୍ୟାଙ୍କୁ ଦେଲେ ଜନ୍ମ 

ବରୀ,୨୭।୨(ମହେନ୍ଦ୍ର କୁମାର ସ୍ବାଇଁ): ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।
ସୂଚନା ମୁତାବକ, ଛାତ୍ରୀଜଣଙ୍କ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସେ ଦୁଇଟି ବିଷୟରେ ପରୀକ୍ଷା ଦେବା ପରେ ବୁଧବାର ବିଳମ୍ବିତ ରାତିରେ ନିଜ ପେଟରେ ଯନ୍ତ୍ରଣା ହେଉଛି ବୋଲି ନିଜ ପରିବାର ଲୋକଙ୍କୁ କହିଥିଲେ। ଏଣୁ ତାଙ୍କୁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣା ଯାଇଥିଲା। ମାତ୍ର ଦାୟିତ୍ୱରେ ଥିବା ଡ଼ାକ୍ତର ସେ ଗର୍ଭବତୀ ଥିବା ଏବଂ ଏହା ପ୍ରସବ ଜନିତ ଯନ୍ତ୍ରଣା ବୋଲି ଅନୁଭବ କରି ପ୍ରସବ କରିଥିଲେ। ସମ୍ପୃକ୍ତ ଛାତ୍ରୀଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି। ଖବର ପାଇ ବରୀ ପୋଲିସ ଓ ଉଚ୍ଚ ପଦସ୍ଥ ଅଧିକାରୀମାନେ ସ୍ଥାନୀୟ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ସମ୍ପୃକ୍ତ ଛାତ୍ରୀଜଣଙ୍କ ବିଦ୍ୟାଳୟକୁ ଯିବା ସମୟରେ ବିଦ୍ୟାଳୟର କର୍ତ୍ତୃପକ୍ଷ କିମ୍ବା ସେହି ଗ୍ରାମର ଦାୟିତ୍ୱରେ ଥିବା ସ୍ବାସ୍ଥ୍ୟକର୍ମୀ କିଭଳି ଭାବରେ ଏଭଳି ଘଟଣା ଉପରେ ଅବଗତ ହୋଇ ପାରିଲେ ନାହିଁ ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ଦୁଇ ଦିନ ତଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଥିଲା। ଦଶମ ଶ୍ରେଣୀର ଛାତ୍ରୀ ଜଣକ ସୋମବାର ସକାଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ। ତେବେ ସା ସମୟରେ ସ୍କୁଲ ହଷ୍ଟେଲରୁ ଝିଅଙ୍କ ବାପାଙ୍କୁ ଝିଅ ହଷ୍ଟେଲରେ ନ ଥିବା ନେଇ ଫୋନ ଯାଇଥିଲା। ସ୍କୁଲରେ ଝିଅଙ୍କ ମା-ବାପା ପହଞ୍ଚିବା ପରେ ହଷ୍ଟେଲରେ ଛାତ୍ରୀ ଜଣକ ଏକ ଶିଶୁ ଜନ୍ମ ଦେଇଥିବା ଜାଣିବାକୁ ପାଇଥିଲେ। ତେବେ ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କିପରି ଘଟିଲା ତାକୁ ନେଇ ମା’ବାପା ଚିନ୍ତା ପ୍ରକଟ କରିବା ସହ ଏଥିପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିଲେ। ଚିତ୍ରକୋଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ହସ୍ପିଟାଲକୁ ଆଣି ଅଧିକ ଚିକିତ୍ସା ଯୋଗାଇ ତଦନ୍ତ ଆରମ୍ଭ କରିଥିଲେ। ଏହି ଘଟଣାରେ ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଥିଲେ। ଏହାଛଡ଼ା ସମ୍ପୃକ୍ତ ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri