Posted inଜାତୀୟ

୨୪ଘଣ୍ଟାରେ ଗଲା ଆଉ ୧୧ ଜୀବନ: ବନ୍ୟା ସ୍ଥିତି ସମୀକ୍ଷା କରିବେ କେନ୍ଦ୍ରୀୟ ଟିମ୍‌

ଗୁଆହାଟି,୨୧।୬: ଆସାମରେ ବନ୍ୟା ପରିସ୍ଥତି ଜଟିଳ ହେବାରେ ଲାଗିଛି। ରାଜ୍ୟର ୩୫ଟି ଜିଲାରୁ ପ୍ରାୟ ୩୩ଟି ଜିଲାରେ ପରିସ୍ଥିତି ବହୁ ଭୟାବହ ହୋଇଥିବା ବେଳେ ପ୍ରାୟ ୪୭ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ବନ୍ୟା ସ୍ଥିତି ସମୀକ୍ଷା କରି ପ୍ରଭାବିତ ଲୋକଙ୍କୁ ତୁରନ୍ତ ରିଲିଫ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରି କି ବନ୍ୟା ଜଳ ହ୍ରାସ ପାଇବା ମାତ୍ରେ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାକୁ ସେ ଜିଲା ଡେପୁଟି କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷେ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଶିଶୁଙ୍କ ସମେତ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏହାକୁ ମିଶାଇ ବନ୍ୟାଜନିତ ମୃତ୍ୟୁ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨ପୋଲିସ କର୍ମଚାରୀ ମଧ୍ୟ ରହିଥିବା ଜଣାପଡିଛି। ଆସାମ ଓ ମେଘାଳୟର ବନ୍ୟା ସ୍ଥିତି ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଛନ୍ତି। ଏଥିସହ ପରିସ୍ଥିତି ଉପରେ ନଜର ରଖିବା ସହିତ ଖୁବ୍‌ଶୀଘ୍ର ଏକ କେନ୍ଦ୍ରୀୟ ଟିମ୍‌ ବନ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିବେ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri