ରାଜ୍ୟରୁ ସୁସ୍ଥ ହେଲେ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୯ ହଜାର ୩୩୭ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଭଡ଼ରୁ ୫, ଖୋର୍ଦ୍ଧାରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ, କଳାହାଣ୍ଡି, ନୟାଗଡ଼ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।