ବରଗଡ଼ରୁ ଆଉ ୧୪୬ ପଜିଟିଭ ଚିହ୍ନଟ: ୨ ବ୍ୟାଙ୍କ ୭୨ଘଣ୍ଟା ଶଟ୍‌ଡାଉନ

ବରଗଡ଼ ଅଫିସ,୨୯।୮: ବରଗଡ଼ ଜିଲାରୁ ଶନିବାର ୧୪୬ ଜଣ ନୂଆ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ(ୟୁଜିବି), ବରଗଡ଼ ଶାଖା ଏବଂ ଷ୍ଟେଟ ବ୍ୟାଙ୍କ, ଆଗଲପୁର ଶାଖାର କର୍ମଚାରୀ ଥିବା ଯୋଗୁ ଏହି ଉଭୟ ବ୍ୟାଙ୍କକୁ ଶନିବାରଠାରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ କରୋନା ପଜିଟିଙ୍କ ସଂଖ୍ୟା ୧୯୪୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୩୦ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୯୦୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସାଧୀନ ଅଛନ୍ତି ।
ବର୍ତ୍ତମାନ ସୁଦ୍ଧା ଜିଲାରେ ୩୨ ହଜାର ୮୧୪ ଜଣଙ୍କର ସ୍ବାବ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇ ଥିବାବେଳେ ସେମାନଙ୍କ ମଧ୍ୟରୁ ୩୧ ହଜାର ୯୮୭ ଜଣଙ୍କର ପରୀକ୍ଷା ରିପୋର୍ଟ ଆସି ସାରିଛି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?