ବରଗଡ଼ରୁ ଆଉ ୧୪୬ ପଜିଟିଭ ଚିହ୍ନଟ: ୨ ବ୍ୟାଙ୍କ ୭୨ଘଣ୍ଟା ଶଟ୍‌ଡାଉନ

ବରଗଡ଼ ଅଫିସ,୨୯।୮: ବରଗଡ଼ ଜିଲାରୁ ଶନିବାର ୧୪୬ ଜଣ ନୂଆ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ(ୟୁଜିବି), ବରଗଡ଼ ଶାଖା ଏବଂ ଷ୍ଟେଟ ବ୍ୟାଙ୍କ, ଆଗଲପୁର ଶାଖାର କର୍ମଚାରୀ ଥିବା ଯୋଗୁ ଏହି ଉଭୟ ବ୍ୟାଙ୍କକୁ ଶନିବାରଠାରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ କରୋନା ପଜିଟିଙ୍କ ସଂଖ୍ୟା ୧୯୪୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୩୦ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୯୦୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସାଧୀନ ଅଛନ୍ତି ।
ବର୍ତ୍ତମାନ ସୁଦ୍ଧା ଜିଲାରେ ୩୨ ହଜାର ୮୧୪ ଜଣଙ୍କର ସ୍ବାବ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇ ଥିବାବେଳେ ସେମାନଙ୍କ ମଧ୍ୟରୁ ୩୧ ହଜାର ୯୮୭ ଜଣଙ୍କର ପରୀକ୍ଷା ରିପୋର୍ଟ ଆସି ସାରିଛି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri