ଆଉ ୧୪୭ ପଡ଼ା ଗାଁ ହେବ ରାଜସ୍ବ ଗାଁ

ଭୁବନେଶ୍ୱର,୨୭ା୩: ବର୍ଷକ ଭିତରେ ୨୬୩ ପଡ଼ା ଗାଁ ରାଜସ୍ବ ଗାଁରେ ପରିବର୍ତ୍ତନ ହୋଇଛି। ତେବେ ଆଉ ୧୪୭ଟି ପଡ଼ା ଗାଁକୁ ରାଜସ୍ବ ଗାଁ କରିବା ନେଇ ଯୋଜନା ରହିଛି ବୋଲି ଗୁରୁବାର ବିଧାସଭାରେ ବିବୃତ୍ତି ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟେକ୍ନୋଲୋଜି ମାଧ୍ୟମରେ ମ୍ୟାପ୍‌ ପରିବର୍ତ୍ତନ କରାଯାଉଛି। ରାଜସ୍ବ ଗାଁରେ ସରକାରଙ୍କ ଗରିବ କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ରଣପୁର ବିଧାନସଭା କ୍ଷେତ୍ର ମଧ୍ୟରେ ୩୨୮ଟି ରାଜସ୍ବ ଗାଁ ଏବଂ ୪୩ଟି ପଡ଼ା ଗାଁ(Hamlet) ରହିଛି। ୨୦୧୧ ଜନଗଣନା ଅନୁଯାୟୀ, ପ୍ରତି ଗ୍ରାମର ପୁରୁଷ, ମହିଳା, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଜନସଂଖ୍ୟା ଅନୁଯାୟୀ ୧୩ଟି ପଡ଼ା ଗ୍ରାମ ବୋର୍ଡ ଅଫ୍‌ ରେଭିନ୍ୟୁ କଟକ ଦ୍ୱାରା ଅନୁମୋଦିତ ହୋଇଛି। ଏଥିରୁ ୭ଟି ବିଚାରାଧୀନ ରହିଥିବା ବେଳେ ୩ଟି ରଦ୍ଦ କରାଯାଇଛି।

ସୂଚନା ଥାଉ କି, ଆଜି ବିଧାନସଭାରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ରାଜସ୍ବ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ଯେ, ରଣପୁର ବିଧାନସଭା କ୍ଷେତ୍ର ମଧ୍ୟରେ କେତୋଟି ରାଜସ୍ବ ଗ୍ରାମ ଏବଂ ପଡ଼ା ଗ୍ରାମ ରହିଛି। ଏହାର ଉତ୍ତର ରଖିଥିଲେ ରାଜସ୍ବ ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri