ଭିମ୍‌ସାରରେ ପୁଣି ୧୬ କରୋନା ସଂକ୍ରମିତ

ସମ୍ବଲପୁର,୨୫ା୧୧(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ବୁଧବାର ଆଉ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୪୭ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରେ ଏମ୍‌ବିବିଏସ୍‌ର ୨୩ ଛାତ୍ରୀ ଓ ୨୪ ଛାତ୍ର ଅଛନ୍ତି। ପରିସ୍ଥିତିକୁ ଦେଖି ଜିଲା ପ୍ରଶାସନ ୫ ହଷ୍ଟେଲକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରିଛି। ସେଗୁଡିକ ହେଲା ସାବିତ୍ରୀ ଗିରି, ଗାର୍ଗି, ଚରକ, ଭ୍ରୁଗୁ ଓ ପାତଞ୍ଜଳି। ସେହିପରି ଅପଲା ଗାର୍ଲସ ହଷ୍ଟେଲ, ଆଶ୍ରେୟ, ବିଶ୍ୱାମିତ୍ର, ମାର୍କେଣ୍ଡିୟ ହଷ୍ଟେଲକୁ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭିମ୍‌ସାର ଅଧ୍ୟକ୍ଷ ପ୍ରଫେସର ଲାଲମୋହନ ନାଏକ କହିଛନ୍ତି, ସଂକ୍ରମଣ ମୁକାବିଲା ପାଇଁ ବ୍ୟବସ୍ଥା କରାଯାଇଛି। ପରୀକ୍ଷା ପାଇଁ ୩ ଶହ ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ଏବେ ମୋଟ ୪୭ ଜଣଙ୍କ ପଜିଟିଭ୍‌ ରିପୋର୍ଟ ଆସିଛି। ସମସ୍ତ ସଂକ୍ରମିତ ଆଇସୋଲେଶନରେ ରହିଛନ୍ତି। କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ନେଇ ଅଫ୍‌ଲାଇନ ପରୀକ୍ଷା ବାତିଲ କରାଯାଇଛି। ସମ୍ବଲପୁର ମହାନଗର ନିଗମ ପକ୍ଷରୁ ବେଦବ୍ୟାସ ଗେଷ୍ଟ ହାଉସରେ ଏକ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ସେଠାରେ ସ୍ବାସ୍ଥ୍ୟ ବିଭାଗ, ଏସ୍‌ଏମ୍‌ସି କର୍ମଚାରୀ ଓ ପୋଲିସ ନିୟୋଜିତ ରହିଛନ୍ତି। ସମସ୍ତଙ୍କୁ ମାସ୍କ ପରିଧାନ ଓ ସାମାଜିକ ଦୂରତା ପାଳନ କରିବାକୁ ତାଗିଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri