ଆଉ ୨ଦିନ ଅସମ୍ଭାଳ ତାତି

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ଧରି ଗ୍ରୀଷ୍ମପ୍ରବାହ ଜାରି ରହିଛି। ଖରା ସାଙ୍ଗକୁ ହିଟ୍‌ଓ୍ବେଭ୍‌ (ଗୁଳୁଗୁଳି) ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ମଧ୍ୟ ସମାନ ସ୍ଥିତି ଲାଗି ରହିଥିଲା। ୪୪ ଡିଗ୍ରୀ ଉପରେ ୪ ସହର ରହିଥିଲାବେଳେ ସର୍ବାଧିକ ୪୪.୫ ଡିଗ୍ରୀ ସହ ବଲାଙ୍ଗୀର ଓ ବରଗଡ଼ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଆସନ୍ତା ୨ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ସ୍ବାଭାବିକ ତାପମାତ୍ରାଠାରୁ ୪ରୁ ୬ ଡିଗ୍ରୀ ଅଧିକ ରହିବା ସହ ଗୁଳୁଗୁଳି ଅସହ୍ୟ ହେବ। ରାଜ୍ୟବାସୀଙ୍କୁ ଆହୁରି କଲବଲ ହେବାକୁ ପଡିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେବା ସହ ହିଟ୍‌ଓ୍ବେଭ୍‌ ନେଇ କେତେକ ଜିଲାକୁ ସତର୍କ କରିଛି।
ସୋମବାର ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, କନ୍ଧମାଳ ଓ କେନ୍ଦୁଝର ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଥିବାବେଳେ ସୁନ୍ଦରଗଡ଼, କନ୍ଧମାଳ, ନୂଆପଡ଼ା ଓ ମୟୂରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ମଙ୍ଗଳବାର ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ସେହିପରି ୧୪ ଓ ୧୫ ତାରିଖ ପାଇଁ ଗ୍ରୀଷ୍ମପ୍ରବାହ ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ଖରାବେଳେ ଶିଶୁ, ବୟସ୍କ ଓ ରୋଗୀଙ୍କ କ୍ଷେତ୍ରରେ ବିଶେଷ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅତି ଜରୁରୀ କାମ ନ ଥିଲେ ଖରାରେ ବାହାରକୁ ଯିବାକୁ ବାରଣ କରାଯାଇଛି। କୃଷକମାନେ ମକା, ଡାଲି ଜାତୀୟ ଓ ପନିପରିବା ଫସଲରେ ଜଳସେଚନ ଜାରି ରଖିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି ଗୃହପାଳିତ ପ୍ରାଣୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶନିବାର ସବୁଠୁ ଉତ୍ତପ୍ତ ସହର ଥିବା ଝାରସୁଗୁଡ଼ା ରବିବାର ୪୪.୪ ଡିଗ୍ରୀ ସହ ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିବାବେଳେ ଏହା ତଳକୁ ସୋନପୁର ୪୪.୩ ଡିଗ୍ରୀ, ସମ୍ବଲପୁର ୪୩.୬ ଡିଗ୍ରୀ, ବୌଦ୍ଧ ୪୩.୫ ଡିଗ୍ରୀ ଓ ହୀରାକୁଦରେ ୪୩.୧ ଡିଗ୍ରୀ, ସୁନ୍ଦରଗଡ଼, ଭବାନୀପାଟଣା ଓ ଟିଟିଲାଗଡ଼ରେ ତାପମାତ୍ରା ୪୩.୦ ଡିଗ୍ରୀ ରହିଥିଲା। ତେବେ ଭୁବନେଶ୍ୱରର ତାପମାତ୍ରା ୪୨.୬ ଡିଗ୍ରୀ ଓ କଟକରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri