ଆଉ ୨ ଦିନ ଅସମ୍ଭାଳ ଶୀତ: ୨୧ରୁ ପୁଣି ବର୍ଷା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା । ରାଜ୍ୟରେ ରାତି ତାପମାତ୍ରାରେ ଆଗାମୀ ୨ ଦିନ ଯାଏ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ମାତ୍ର ପରବର୍ତ୍ତୀ ୩ ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ଆଉ ୨ ଦିନ ଯାଏ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଘନ କୁହୁଡ଼ି ନେଇ ୧୦ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର। ରାଜ୍ୟରେ ଦୁଇ ଦିନ ପାଗ ଶୁଖିଲା ରହିବ। ୨୧ ଓ ୨୨ ତାରିଖ ବେଳକୁ କିଛି ସ୍ଥାନରେ ପାଗ ଶୁଖିଲା ରହିବ ଓ ଆଉ କିଛି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ୨୧ରେ କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖ ବେଳକୁ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri