ରାଜଧାନୀରୁ ୨୦୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୯୨

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୬୪ ଏବଂ ଲୋକାଲ କେସ୍‌ ୧୩୭ ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜଧାନୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୧୦ରେ ପହଞ୍ଚିଛି। ସେଥିମଧ୍ୟରୁ ୨୫୩୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫୯୧ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି। ୧୪୬ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗୁଗୁରୁବାର ୨୯୨ଜଣ ସୁସ୍ଥ ହୋଇଛନ୍ତି।