ରାଜଧାନୀରୁ ପୁଣି ୨୧ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଏଠାରୁ ପୁଣି ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୬ ଏବଂ ଲୋକାଲ କେସ୍‌ ୫ ବୋଲି ଜଣାପଡିଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ନୟାପଲ୍ଲୀରୁ ୨୮ ବର୍ଷୀୟା ମହିଳା, ଶରଧାପଲ୍ଲୀରୁ ୩୩ ବର୍ଷୀୟ ପୁରୁଷ, ବଡଗଡରୁ ୩୮ ବର୍ଷୀୟ ପୁରୁଷ, ରସୁଲଗଡରୁ ୨୬ ଏବଂ ୪୫ ବର୍ଷୀୟ ପୁରୁଷ, କୋଲାଠିଆରୁ ୩୨ ବର୍ଷୀୟ ମହିଳା, କଳିଙ୍ଗ ନଗରରୁ ୨୪ ବର୍ଷୀୟ ମହିଳା ଏବଂ ଜଣେ ବର୍ଷକର ଶିଶୁ, ୟୁନିଟ୍‌-୪ରୁ ୩୧ବର୍ଷର ପୁରୁଷ, ଆଇଆରସି ଭିଲେଜରୁ ୫୧ ବର୍ଷୀୟ ପୁରୁଷ,   ବେସରକାରୀ ଡାକ୍ତରଖାନାରେ କାମ କରୁଥିବା ଜଣେ ୨୬ ବର୍ଷୀୟା ପୁରୁଷ, ଫରେଷ୍ଟ ପାର୍କରୁ ୩୮ ଏବଂ ୧୩ ବର୍ଷୀୟ ମହିଳା ଏବଂ ବେସରକାରୀ ଡାକ୍ତରଖାନାରେ କାମ କରୁଥିବା ୫୫, ୨୯ ଓ ୨୩ ବର୍ଷୀୟ ପୁରୁଷ ସାମିଲ ଅଛନ୍ତି। ସେହିପରି ୪୯ ଜଣ ସୁସ୍ଥ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ୧୨୫୨ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬୨୫ ଜଣ ସୁସ୍ଥ ହୋଇଥିବାବେଳେ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ୬୧୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri