ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୮୨ ଜଣ ରହିଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଫଳରେ ରାଜଧାନୀରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ୬୭୦ରେ ପହଞ୍ଚିଛି। ସେଥିମଧ୍ୟରୁ ୨୪ ହଜାର ୭୫୮ ଜଣ ଆରୋଗ୍ୟ ଲାଭ କରିଥିବାବେଳେ ଏବେ ମଧ୍ୟ ୨,୭୪୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି। ମୋଟ୍‌ ୧୪୨ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେହିଭଳି ମଙ୍ଗଳବାର ରାଜଧାନୀରେ ୩୦୮ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।