ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି। ରାଜ୍ୟରେ ଆହୁରି ୨୪ ଘଣ୍ଟା ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିସହ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେବ। ତେବେ ବର୍ଷା ପ୍ରଭାବରେ ଗ୍ରୀଷ୍ମ ଲହରିରୁ ସାମାନ୍ୟ ଆଶ୍ବସ୍ତି ମିଳିବ ବୋଲି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଶୁକ୍ରବାର ଅପେକ୍ଷା ଶନିବାର ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ରାଜ୍ୟର ୩ଟି ସହରର ଦିନ ତାପମାତ୍ରା ୪୦ ଡିଗ୍ରୀ ଓ ତା’ଠାରୁ ଅଧିକ ରହିଛି। ୪୦.୨ ଡିଗ୍ରୀ ସହିତ ତାଳଚେର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିବାବେଳେ ଝାରସୁଗୁଡା ଓ ପାରଳାଖେମୁଣ୍ଡିରେ ୪୦ ଡିଗ୍ରୀ ରହିଥିଲା। ସେହିପରି ଅନୁଗୋଳରେ ୩୯.୭ ଡିଗ୍ରୀ, ଭଦ୍ରକ ୩୯.୩, ବାରିପଦା, ସୁନ୍ଦରଗଡ଼ ଓ ବରଗଡ଼ରେ ୩୯ ଏବଂ ଭୁବନେଶ୍ୱରରେ ୩୮.୮ ଡିଗ୍ରୀ ରେକର୍ଡ ହୋଇଛି।
ଅପରପକ୍ଷେ ଶନିବାର କଟକ, କେନ୍ଦ୍ରାପଡ଼ା ଜିଲାର ରାଜନଗର, ଯାଜପୁର ଜିଲାର ଚଣ୍ଡିଖୋଲ ସମେତ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା।
ରବିବାର ଗଞ୍ଜାମ, ଗଜପତି ଏବଂ ରାୟଗଡା ଜିଲାରେ ଘଡ଼ଘଡ଼ି ସହିିତ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ୪୦ ରୁ ୫୦ କି.ମି ରହିବ। ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିରେ ମଧ୍ୟ ବର୍ଷା ପବନ ସହିତ ଘଡ଼ଘଡ଼ି ପାଇଁ ସତର୍କତା ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri