ଆଉ ୩ଦିନ ତାତି, ୪ରୁ ପୁଣି ବର୍ଷା

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶ୍ରାବଣ ମାସରେ ଧୁ ଧୁ ଖରା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ଖରାଦିନ ଭଳି ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବାରୁ ତାପମାତ୍ରା ବଢୁଛି। ଦିନ ଓ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି। ରବିବାର ଅନୁଗୋଳରେ ସର୍ବାଧିକ ତାପମାତ୍ରା ୩୬.୧ ଡିଗ୍ରୀ ରହିଥିବାବେଳେ ସମ୍ବଲପୁର ୩୬, କଟକ ୩୫.୬, ଚାନ୍ଦବାଲି ୩୫.୭, ଝାରସୁଗୁଡ଼ା ୩୫.୨, ଟିଟିଲାଗଡ଼ ୩୫.୫, ବରଗଡ଼ ୩୫.୬, ଭଦ୍ରକ ୩୫, ନୟାଗଡ଼ ୩୫, ବୌଦ୍ଧ ୩୫, ପାରଳାଖେମୁଣ୍ଡି ୩୫, ସୋନପୁର ୩୫.୬, ମାଲାକାନଗିରି ୩୫, ବଲାଙ୍ଗୀର ୩୫.୨, ହୀରାକୁଦ ୩୫.୨ ଡିଗ୍ରୀ ଓ ବାକିସବୁ ଜିଲାରେ ୩୨ ଡିଗ୍ରୀ ଉପରେ ତାପମାତ୍ରା ରହିଥିଲା। ତେବେ ଆଗାମୀ ୨ରୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ଯାଏ ଅଧିକ ରହିବ। ଉପକୂଳ ଓଡ଼ିଶାରେ ଉଚ୍ଚ ଆର୍ଦ୍ରତା ଏବଂ ସ୍ବାଭାବିକଠାରୁ ଅଧିକ ତାପମାତ୍ରା କାରଣରୁ ଅତ୍ୟଧିକ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ତେବେ ଆସନ୍ତା ୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ। ଏହାପରେ ତାତିରୁ ଆଶ୍ୱସ୍ତି ମିଳିବ। ୪ ତାରିଖ ଦିନ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ ଏବଂ ଏଥିପାଇଁ ୟେଲୋ ଓ୍ବାର୍ନିଂ ଜାରି ରହିଛି। ସୋମବାର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ନବରଙ୍ଗପୁରରେ, ମଙ୍ଗଳବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କନ୍ଧମାଳ, ନବରଙ୍ଗପୁରରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ବୁଧବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉତ୍ତର ଓଡ଼ିଶାର କିଛି ଜିଲାରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପେଟ ରବିବାର ଚାନ୍ଦବାଲିରେ ୨୫.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱରରେ ୨.୫, ପାରାଦୀପ ୨.୨, ଜଗତସିଂହପୁର ୩ ଓ କେନ୍ଦ୍ରାପଡ଼ାରେ ୨ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନ ୨ଟା ପରେ ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର, କିଭଳି ଜାଣନ୍ତୁ…

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ ।...

ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଓଡ଼ିଆ ପୁଅ ଇନ୍ଦ୍ରଜିତ ମହାନ୍ତି

ଭୁବନେଶ୍ୱର,୩୦।୮: ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି। ଶୁକ୍ରବାର ଏ ନେଇ ସୁପ୍ରିମ କୋର୍ଟଙ୍କ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି। ସେ...

ମହାନଦୀକୁ ଡେଇଁ ଯୁବକ ନିଖୋଜ

କଟକ ଅଫିସ,୨୭।୮: ମହାନଦୀକୁ ଡେଇଁ ଯୁବକ ନିଖୋଜ। କଟକ ମୁଣ୍ଡଳି ବ୍ରିଜ୍‌ ଉପରେ ସ୍କୁଟି ରଖି ଯୁବକ ଡେଇଁ ପଡିଥିବା ଜଣାପଡିଛି। ତେବେ ଯୁବକ ଜଣଙ୍କ...

ପ୍ରେମ, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ୨ ଗିରଫ

ଗଞ୍ଜାମ,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ରମ୍ଭା ଜଗନ୍ନାଥ ମହାବିଦ୍ୟାଳୟ ଡେମୋନଷ୍ଟ୍ରେଟର ଅଶ୍ୱିନି ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମଧୁରଚୁଅଁା ଗ୍ରାମର...

ପ୍ରାକୃତିକ ବିପର୍ଯ୍ୟୟଠାରୁ ବଳିଯାଉଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, ୯।୭ (ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାର କାରଣ ହୋଇଛି। ପ୍ରତିବର୍ଷ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏପରି କି ଏହା ପ୍ରାକୃତିକ...

ସମ୍‌ରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ: ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସୋମବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ସମ୍‌ରେ କୋଭିଡ-୧୯ ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ...

କାହାଣୀ ଦୁନିଆରେ ହଜିବ ମନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): କାହାଣୀ ଶୁଣିବାରେ ମଜିବେ ପିଲାମାନେ। ଗପ ଶୁଣିବେ, ଶିକ୍ଷଣୀୟ କଥା ଜାଣିବେ ଏବଂ ଏହା ସାଙ୍ଗକୁ ମନୋରଞ୍ଜନ ବି କରିବେ। ଖାଲି ପିଲା...

ମାଲ୍‌ ପରିବହନରେ ପୂର୍ବତଟ ରେଳପଥର ପ୍ରୋତ୍ସାହନ: ମେ ୩ ଯାଏ ଲାଗୁ ହେବ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ମୁକାବିଲା ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନିମନ୍ତେ ପଣ୍ୟ ଉପଭୋକ୍ତାଙ୍କୁ ସୁବିଧା ପ୍ରଦାନ ସହ ଲଜିଷ୍ଟିକ୍‌ ସହାୟତା ଯୋଗାଇଦେବା ନିମନ୍ତେ ରେଳ କର୍ତ୍ତୃପକ୍ଷ...

Advertisement
Archives

Model This Week