ଆଉ ୩ଦିନ ତାତି, ୪ରୁ ପୁଣି ବର୍ଷା

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶ୍ରାବଣ ମାସରେ ଧୁ ଧୁ ଖରା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ଖରାଦିନ ଭଳି ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବାରୁ ତାପମାତ୍ରା ବଢୁଛି। ଦିନ ଓ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି। ରବିବାର ଅନୁଗୋଳରେ ସର୍ବାଧିକ ତାପମାତ୍ରା ୩୬.୧ ଡିଗ୍ରୀ ରହିଥିବାବେଳେ ସମ୍ବଲପୁର ୩୬, କଟକ ୩୫.୬, ଚାନ୍ଦବାଲି ୩୫.୭, ଝାରସୁଗୁଡ଼ା ୩୫.୨, ଟିଟିଲାଗଡ଼ ୩୫.୫, ବରଗଡ଼ ୩୫.୬, ଭଦ୍ରକ ୩୫, ନୟାଗଡ଼ ୩୫, ବୌଦ୍ଧ ୩୫, ପାରଳାଖେମୁଣ୍ଡି ୩୫, ସୋନପୁର ୩୫.୬, ମାଲାକାନଗିରି ୩୫, ବଲାଙ୍ଗୀର ୩୫.୨, ହୀରାକୁଦ ୩୫.୨ ଡିଗ୍ରୀ ଓ ବାକିସବୁ ଜିଲାରେ ୩୨ ଡିଗ୍ରୀ ଉପରେ ତାପମାତ୍ରା ରହିଥିଲା। ତେବେ ଆଗାମୀ ୨ରୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ଯାଏ ଅଧିକ ରହିବ। ଉପକୂଳ ଓଡ଼ିଶାରେ ଉଚ୍ଚ ଆର୍ଦ୍ରତା ଏବଂ ସ୍ବାଭାବିକଠାରୁ ଅଧିକ ତାପମାତ୍ରା କାରଣରୁ ଅତ୍ୟଧିକ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ତେବେ ଆସନ୍ତା ୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ। ଏହାପରେ ତାତିରୁ ଆଶ୍ୱସ୍ତି ମିଳିବ। ୪ ତାରିଖ ଦିନ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ ଏବଂ ଏଥିପାଇଁ ୟେଲୋ ଓ୍ବାର୍ନିଂ ଜାରି ରହିଛି। ସୋମବାର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ନବରଙ୍ଗପୁରରେ, ମଙ୍ଗଳବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କନ୍ଧମାଳ, ନବରଙ୍ଗପୁରରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ବୁଧବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉତ୍ତର ଓଡ଼ିଶାର କିଛି ଜିଲାରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପେଟ ରବିବାର ଚାନ୍ଦବାଲିରେ ୨୫.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱରରେ ୨.୫, ପାରାଦୀପ ୨.୨, ଜଗତସିଂହପୁର ୩ ଓ କେନ୍ଦ୍ରାପଡ଼ାରେ ୨ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?