ଆଉ ୩ଦିନ ଗୁଳୁଗୁଳି, ୨୦ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୬(ଅନୁରାଧା ମହାରଣା):ରାଜ୍ୟରେ କେବେ ମୌସୁମୀ ବର୍ଷା ହେବ, ତାତି ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ହେବା ନେଇ ଦିଆଯାଉଥିବା ପୂର୍ବାନୁମାନ ସୂଚନା ଠିକ୍‌ ହେଉନାହିଁ। ତାରିଖ ପରେ ତାରିଖ ବଦଳୁଥିଲେ ମଧ୍ୟ ଏଯାଏ ରାଜ୍ୟରେ ମୌସୁମୀ ବର୍ଷାର ଦେଖାନାହିଁ। ଫଳରେ ରାଜ୍ୟବାସୀ ତାତି ଓ ଗୁଳୁଗୁଳିରେ ଛଟପଟ ହେବା ସହ ପାଣିପାଗ ବିଭାଗର ସୂଚନାକୁ ନେଇ ଅସନ୍ତୋଷ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି।
୧୭ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଗତ ସପ୍ତାହରେ ଆକଳନ କରାଯାଇଥିଲା। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ଗଣମାଧ୍ୟମ ଆଗରେ ଏହି ସୂଚନା ଦେଇଥିଲେ। ରଜରେ ଗରମ ଓ ଗୁଳୁଗୁଳିରେ ହନ୍ତସନ୍ତ ଲୋକେ ୧୭ ତାରିଖରୁ ବର୍ଷା ଅପେକ୍ଷାରେ ରହିଥିଲେ। ମାତ୍ର ରବିବାର ସେପରି କୌଣସି ସ୍ଥାନରେ ମୌସୁମୀ ବର୍ଷା ହୋଇ ନ ଥିବାବେଳେ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ସୂଚନା ମିଳିଛି। ସେହିପରି ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସାରେ ଜାରି ବୁଲେଟିନ ଅନୁଯାୟୀ, ଆସନ୍ତା ୩ ଦିନ ଅର୍ଥାତ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗୁଳୁଗୁଳି ହେବ। ଏହି ସମୟ ମଧ୍ୟରେ କିଛି କିଛି ସ୍ଥାନରେ କାଳବୈଶାଖୀଜନିତ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହେବ। ମାତ୍ର ଏହା
ଗୁଳୁଗୁଳିକୁ ପ୍ରଶମିତ କରିପାରିବ ନାହିଁ। ୧୭ ତାରିଖ ପରିବର୍ତ୍ତେ ୨୦ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଚଳିତ ବର୍ଷ ମୌସୁମୀ ଜୁନ ୮ରେ ଓଡ଼ିଶା ଛୁଇଁଥିଲା। ସ୍ବାଭାବିକଠାରୁ ୨ଦିନ ଆଗୁଆ ମୌସୁମୀ ଛୁଇଁଥିଲେ ମଧ୍ୟ ଏହା କେବଳ ମାଲକାନଗିରି ଜିଲାରେ ହିଁ ସୀମିତ ହୋଇ ରହିଯାଇଛି। ମୌସୁମୀ ଅଗ୍ରସର ହେଉ ନ ଥିବାରୁ ସାରା ରାଜ୍ୟରେ ତାତି ଓ ଗୁଳୁଗୁଳି ଜାରି ରହିଛି। ଅନ୍ୟପଟେ ମୌସୁମୀ ଓଡ଼ିଶା ଛୁଇଁବା ପରେ ମୌସୁମୀର ଗତିବିଧି ସମ୍ପର୍କରେ ଆଗୁଆ ସୂଚନା ଦିଆଯାଉଥିଲା। ମାତ୍ର ଚଳିତବର୍ଷ ମୌସୁମୀର ଅଗ୍ରସର ସମ୍ପର୍କରେ ବାରମ୍ବାର ମତ ବଦଳାଯାଉଥିବାରୁ ଚାଷୀମାନେ ମଧ୍ୟ ଚିନ୍ତାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri