ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୭୯୩୧କୁ ବୃଦ୍ଧି ପାଇଛି। ତନ୍ମଧ୍ୟରୁ ୪୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୧୬୨ ଆକ୍ଟିଭ୍‌ କେସ୍‌ ରହିଛି। ଆଜି ଆଉ ୧୬୩ଜଣ ସୁସ୍ଥ ମଧ୍ୟ ହୋଇଥିବା ଭୁବନେଶ୍ୱର ମହାନିଗମ ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।