ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟର ୪ହଜାର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଦାବିରେ ଓଡ଼ିଶା ସରକାରୀ ହାଇସ୍କୁଲ ପ୍ରାରମ୍ଭିକ ନିଯୁକ୍ତି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସଂଘ କହିବାନୁସାରେ, ଗଣଶିକ୍ଷା ବିଭାଗ ଦ୍ୱାରା ଏହି ୪ ହଜାର ଶିକ୍ଷକଙ୍କୁ ୨୦୧୫ ଜୁନ୍‌ରେ ନିଯୁକ୍ତି ଦିଆଯାଇଥିଲା। ୬ମାସ କାର୍ଯ୍ୟ କରିବା ପରେ କୌଣସି ଭୁଲ୍‌ ନ ଥାଇ ସରକାର ସେମାନଙ୍କୁ ହଠାତ୍‌ ଛଟେଇ କରିଦେଲେ। ପୁନଃନିଯୁକ୍ତି ଦାବିରେ ଦୀର୍ଘଦିନ ଧରି ସେମାନେ ରାଜରାସ୍ତାରେ ଆନ୍ଦୋଳନ କରିବା ପରେ ୨୦୧୬ ଏପ୍ରିଲରେ ପୁଣି ନିଯୁକ୍ତି ଦିଆଗଲା। ତେବେ ସରକାରଙ୍କ ନିୟମାନୁସାରେ, ୬ବର୍ଷର ଶିକ୍ଷକତା ପରେ ନିୟମିତ ହେବା ସହ ସମସ୍ତ ସରକାରୀ ସୁବିଧା ସୁଯୋଗ ପାଇପାରିବେ। ଏହି ୪ହଜାର ଶିକ୍ଷକଙ୍କର ୨୦୨୨ ଏପ୍ରିଲରେ ୬ ବର୍ଷ ପୂରି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସେମାନଙ୍କୁ ନିୟମିତ କରିବା ପାଇଁ କୌଣସି କାର୍ଯ୍ୟପନ୍ଥା ଗ୍ରହଣ କରାଯାଇ ନାହିଁ। ଏହା ସମସ୍ତ ଶିକ୍ଷକଙ୍କୁ ବ୍ୟଥିତ କରିଛି। ଏ ନେଇ ବିଭାଗୀୟ ମନ୍ତ୍ରୀ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ସୁଫଳ ମିଳିପାରି ନାହିଁ ବୋଲି ସଂଘ ମହାସଚିବ ବିଶ୍ୱଜିତ ବିଶ୍ୱାଳ କହିଛନ୍ତି। ଆସନ୍ତା ୭ଦିନ ଭିତରେ ଯଦି ସରକାର ନିୟମିତ କରିବା ପାଇଁ କୌଣସି ପଦକ୍ଷେପ ନ ନିଅନ୍ତି, ତେବେ ସଂଘ ବାଧ୍ୟହୋଇ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ସଭାପତି ପଞ୍ଚାନନ ଜେନା ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?