ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟର ୪ହଜାର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଦାବିରେ ଓଡ଼ିଶା ସରକାରୀ ହାଇସ୍କୁଲ ପ୍ରାରମ୍ଭିକ ନିଯୁକ୍ତି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସଂଘ କହିବାନୁସାରେ, ଗଣଶିକ୍ଷା ବିଭାଗ ଦ୍ୱାରା ଏହି ୪ ହଜାର ଶିକ୍ଷକଙ୍କୁ ୨୦୧୫ ଜୁନ୍‌ରେ ନିଯୁକ୍ତି ଦିଆଯାଇଥିଲା। ୬ମାସ କାର୍ଯ୍ୟ କରିବା ପରେ କୌଣସି ଭୁଲ୍‌ ନ ଥାଇ ସରକାର ସେମାନଙ୍କୁ ହଠାତ୍‌ ଛଟେଇ କରିଦେଲେ। ପୁନଃନିଯୁକ୍ତି ଦାବିରେ ଦୀର୍ଘଦିନ ଧରି ସେମାନେ ରାଜରାସ୍ତାରେ ଆନ୍ଦୋଳନ କରିବା ପରେ ୨୦୧୬ ଏପ୍ରିଲରେ ପୁଣି ନିଯୁକ୍ତି ଦିଆଗଲା। ତେବେ ସରକାରଙ୍କ ନିୟମାନୁସାରେ, ୬ବର୍ଷର ଶିକ୍ଷକତା ପରେ ନିୟମିତ ହେବା ସହ ସମସ୍ତ ସରକାରୀ ସୁବିଧା ସୁଯୋଗ ପାଇପାରିବେ। ଏହି ୪ହଜାର ଶିକ୍ଷକଙ୍କର ୨୦୨୨ ଏପ୍ରିଲରେ ୬ ବର୍ଷ ପୂରି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସେମାନଙ୍କୁ ନିୟମିତ କରିବା ପାଇଁ କୌଣସି କାର୍ଯ୍ୟପନ୍ଥା ଗ୍ରହଣ କରାଯାଇ ନାହିଁ। ଏହା ସମସ୍ତ ଶିକ୍ଷକଙ୍କୁ ବ୍ୟଥିତ କରିଛି। ଏ ନେଇ ବିଭାଗୀୟ ମନ୍ତ୍ରୀ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ସୁଫଳ ମିଳିପାରି ନାହିଁ ବୋଲି ସଂଘ ମହାସଚିବ ବିଶ୍ୱଜିତ ବିଶ୍ୱାଳ କହିଛନ୍ତି। ଆସନ୍ତା ୭ଦିନ ଭିତରେ ଯଦି ସରକାର ନିୟମିତ କରିବା ପାଇଁ କୌଣସି ପଦକ୍ଷେପ ନ ନିଅନ୍ତି, ତେବେ ସଂଘ ବାଧ୍ୟହୋଇ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ସଭାପତି ପଞ୍ଚାନନ ଜେନା ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri