Posted inରାଜ୍ୟ

ଆହୁରି ୪୮ଘଣ୍ଟା ହିଟ୍‌ଓ୍ବେଭ୍‌

ଭୁବନେଶ୍ୱର, ୩।୬(ଅସମାପିକା ସାହୁ)- ରାଜ୍ୟରେ ଡରାଇଲାଣି ତାତି। ରବିବାର ଟିଟିଲାଗଡ଼ରେ ସର୍ବାଧିକ ଦିନତାପମାତ୍ରା ୪୨.୫ହିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର, ସୋନପୁରରେ ୪୨.୩, ବୌଦ୍ଧ ୪୨.୧, ଭବାନିପାଟଣା ୪୦.୫, ନୂଆପଡ଼ା ୪୦.୫, ଝାରସୁଗୁଡ଼ା ୪୦.୪, ସମ୍ବଲପୁରରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆହୁରି ୪୮ଘଣ୍ଟା ହିଟ୍‌ଓ୍ବେଭ୍‌ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।

ବଲାଙ୍ଗୀର ଓ ବରଗଡ଼ ଜିଲାକୁ ଦୁଇଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କଳାହାଣ୍ଡି, ନୂଆପଡ଼ା, ସୋନପୁର ଏବଂ ସମ୍ବଲପୁରରେ ଜିଲାରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେପଟେ ତାତି ସାଙ୍ଗକୁ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଲାଣି। ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ଗୁଳୁଗୁଳି ଳାଗି ରହିବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅପରପକ୍ଷେ ୮ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?